ଆସନ୍ତାକାଲିଠାରୁ ସାରା ଦେଶରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ପାର୍ଟ-୨

ଭୁବନେଶ୍ୱର,୨୮/୧୦: ଆସନ୍ତାକାଲିଠାରୁ ସାରା ଦେଶରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ପାର୍ଟ-୨। ୭୦ ବର୍ଷରୁ ଉର୍ଦ୍ଧ୍ୱ ସମସ୍ତ ବରିଷ୍ଠ ନାଗରିକଙ୍କୁ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ମିଳିବ ସ୍ୱାସ୍ଥ୍ୟ ବୀମା।

ଏହି ଅବସରରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି ଆସନ୍ତାକାଲି ଆୟୁଷ୍ମାନ ଭାରତ ପାର୍ଟ-୨ ଲଂଚ୍ ହେବା ପରେ ଓଡ଼ିଶା ଏହାକୁ କେବଳ ନୀତିଗତ ଭାବେ ଗ୍ରହଣ କରିବ। କିନ୍ତୁ ଚଳିତ ଆର୍ଥିକ ବର୍ଷ ଶେଷ ଆଡକୁ ଯୋଜନା ଲାଗୁ ହୋଇପାରେ। ଏଥିପାଇଁ ସରକାର ପ୍ରସ୍ତୁତି ଚଳାଇଛନ୍ତି। ଖୁବଶୀଘ୍ର ମୋଡାଲିଟି ପ୍ରସ୍ତୁତ ହେବ। ଏନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ସରିଛି। କେନ୍ଦ୍ର ସରକାରଙ୍କ ସହ ମଧ୍ୟ ଆଲୋଚନା କରାଯାଇଛି। ଉଭୟ ଆୟୁଷ୍ମାନ ଭାରତ ଏବଂ ରାଜ୍ୟ ସରକାରଙ୍କ ଗୋପବନ୍ଧୁ ଆରୋଗ୍ୟ ଯୋଜନା ପାଇଁ ଗୋଟିଏ କାର୍ଡ ରହିବ। ପ୍ରାୟ ୧ କୋଟି ପରିବାର ଏହି ନୂଆ କାର୍ଡ ପାଇବେ ଏବଂ ଏହାଦ୍ୱାରା ସାଢେ ୩ କୋଟି ଲୋକ ଉପକୃତ ହେବେ।