ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୫ କାଉଡ଼ିଆଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୩/୭: ଉତ୍ତର ପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ହାଥରସରେ ଟ୍ରକା ଧକ୍କାରେ ୫ କାଉଡ଼ିଆଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି । ଏହି ଦୁର୍ଘଟଣାରେ ଆଉ ୨ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଗଙ୍ଗାଜଳ ନେଇ ହରିଦ୍ବାରରୁ ଗ୍ବାଲିଅର ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ଏହାପରେ ଘଟଣାସ୍ଥଳରେ ପୋଲିସ ପହଂଚି ଘଟଣାର ତଦନ୍ତ ଜାରି ରଖିଛି । ଅନ୍ୟପଟେ ଏହି ମାମଲାରେ ଡ୍ରାଇଭର ଅଟକ ରଖି ପଚରାଉଚରା କରୁଛି ପୋଲିସ ।