ଆରପାରିରେ ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ସାଇରସ୍ ମିସ୍ତ୍ରୀ

ନୂଆଦିଲ୍ଲୀ,୪/୯: ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ସାଇରସ୍ ମିସ୍ତ୍ରୀ (Cyrus Mistry)ଙ୍କ ପରଲୋକ ଘଟିିଛି। ମହାରାଷ୍ଟ୍ର ପାଲଘର ନିକଟରେ ହୋଇଥିବା ସଡ଼କ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣା ପରେ ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆ ଯାଉଥିଲା, ସେଠାରେ ତାଙ୍କୁ ମୃତ ଘୋଷଣା କରାଯାଇଛି । ମୃତ୍ୟୁ ବେଳକୁ ସାଇରସ୍ ମିସ୍ତ୍ରୀଙ୍କୁ ମାତ୍ର ୫୪ ବର୍ଷ ହୋଇଥିଲା । ପାଲଘର ଏସପି ସାଇରସ୍ ମିସ୍ତ୍ରୀଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ଦେଇଛନ୍ତି ।ସାଇରସ୍ ମିସ୍ତ୍ରୀ ନିଜ ମର୍ସିଡିଜ୍ କାରରେ ଅହମ୍ମଦାବାଦରୁ ମୁମ୍ବାଇ ଅଭିମୁଖେ ଯାଉଥିବା ସମୟରେ ଦ୍ୱିପହର ପ୍ରାୟ ୩.୧୫ ସମୟରେ ଏହି ଦୁର୍ଘଟଣା ଘଟିଛି ।