ଖାତକୁ ଖସିପଡ଼ିଲା ବସ, ୧୧ ମୃତ

ନୂଆଦିଲ୍ଲୀ,୧୪/୯ : ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ଠାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ସେଠାରେ ଏକ ବସ୍‌ ଖାତକୁ ଖସିପଡ଼ିବାରୁ ୧୧ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ପୁଞ୍ଚ୍‌ ଜିଲ୍ଲାର ବରେରି ନାଲ୍ଲହାଠାରେ ଏପରି ଘଟିଥିବା ସୂଚନା ରହିଛି।

ସୂଚନାଯୋଗ୍ୟ ଯେ ବସ୍‌ଟି ସୁଜିୟାନ୍‌ରୁ ମାଣ୍ଡି ଅଭିମୂଖେ ଯାଉଥିବା ବେଳେ ବସଟି ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଦୁର୍ଘଟଣାଟି ଘଟିବା ପରେ ସ୍ଥାନୀୟ ଲୋକେ, ସ୍ଥାନୀୟ ପୁଲିସ୍‌ ଓ ସେନାର ମିଳିତ ଉଦ୍ୟମରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ଆହତମାନଙ୍କୁ ଦୁର୍ଘଟଣାସ୍ଥଳରୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ନିକଟସ୍ଥ ହସ୍ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଛି।