୯ ଜଣ ଅଧିକାରୀଙ୍କ ଉପରେ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୭/୭: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି। ୯ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୩ ଜଣ ଚାକିରୀରୁ ବରଖାସ୍ତ,୬ ଜଣଙ୍କ ପେନ୍‌ସନ ସ୍ଥାୟୀ ଭାବେ ବନ୍ଦ କରାଯାଇଛି । ବିଭିନ୍ନ କ୍ଷେତ୍ରର ଅଧିକାରୀ, ଯଥା – ଏକ୍‌ଜିକ୍ୟୁଟିଭ ଇଂଜିନିୟର, ଓଏଏସ୍‌ ଅଧିକାରୀ, କୃଷି ବିଭାଗ ଅଧିକାରୀ, ସାମାଜିକ ଶିକ୍ଷା ଅଧିକାରୀ, ଅଡିଟର, ଜୁନିର ଇଂଜିନିୟର ପ୍ରମୁଖ ଅନ୍ତର୍ଭୁକ୍ତ । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୯୭ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ସେମାନଙ୍କର ପେନ୍‌ସନ ବନ୍ଦ କରାଯାଇଛି ।