ଆରପାରିରେ ଲୋକପ୍ରିୟ ଅଭିନେତା ମିହିର ଦାସ

ଭୁବନେଶ୍ୱର, ୧୧/୧:  ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ଆଜି ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୬୩ ବର୍ଷ ବୟସ ହୋଇଥିଲା। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା। ଗତ ୭ ତାରିଖରୁ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଥିଲେ। ସେ ଅନେକ ଲୋକପ୍ରିୟ ଫିଲ୍ମର ମୁଖ୍ୟ ଚରିତ୍ରରେ ଅଭିନୟ କରିଛନ୍ତି। ୧୯୮୦ରେ ରାମାୟଣ ଫିଲ୍ମରେ ଶତ୍ରୁଘ୍ନରୁ ମିହିରଙ୍କ କ୍ୟାରିୟର ଆରମ୍ଭ ହୋଇଥିଲା।