ଓଡିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର

ଭୁବନେଶ୍ୱର, ୫/୧୧: ଓଡିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଆଜି ଶପଥ ନେଇଛନ୍ତି ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର । ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ଵତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଶପଥ ପାଠ ଉତ୍ସବରେ ହାଇକୋର୍ଟର ସମସ୍ତ ବିଚାରପତି, ଆଡଭୋକେଟ ଜେନେରାଲ, ହାଇକୋର୍ଟ ବାର ଆସୋସିଏସନ କର୍ମକର୍ତ୍ତା ପୋଲିସ ଡିଜି, ପୋଲିସ କମିଶନରଙ୍କ ସମେତ ବହୁ ବରିଷ୍ଠ ବ୍ୟକ୍ତି ଉପସ୍ଥିତ ଥିଲେ। ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ୧୯୬୯, ଫେବ୍ରୁଆରି ୨୬ ତାରିଖରେ ଜନ୍ମ ଗ୍ରହଣ କରିଥିଲେ।