ବଦଳିବ ଆମ ଓଡ଼ିଶା ନବୀନ ଓଡ଼ିଶାର ନାମ

ଭୁବନେଶ୍ବର,୧୯/୧୦:  ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ର ନାଁ ବଦଳି ହେବ ‘ବିକଶିତ ଗାଁ, ବିକଶିତ ଓଡ଼ିଶା । ବିକଶିତ ଗାଁ ବିକଶିତ ଓଡିଶା ନାଁରେ ଚାଲିବ କାର୍ଯ୍ୟକ୍ରମ । ଏନେଇ ଦୁଇ ଦିନ ଭିତରେ ଗାଇଡ ଲାଇନ ଆଣୁଛନ୍ତି ସରକାର । ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ । ତାଙ୍କ କହିବା ମୁତାବକ, ଏହି କାର୍ଯ୍ୟକ୍ରମରେ, ପଲ୍ଲୀସଭାକୁ ଗୁରୁତ୍ୱ ଦିଆଯିବ ଏବଂ ତା ସହିତ ପଞ୍ଚାୟତ ପ୍ରତିନିଧିଙ୍କୁ କ୍ଷମତା ଦିଆଯିବ । ଲୋକଙ୍କ ପ୍ରସ୍ତାବ ଅନୁସାରେ ଗାଁ ଆଉ ପଞ୍ଚାୟତର ବିକାଶ ହେବ । ତେବେ ଅନୁସୂଚିତ ଜନଜାତି ଅଞ୍ଚଳରେ ପେଶା ଆଇନ ଲାଗୁ ହେବ, ଅନ୍ୟ ସବୁ ଅଞ୍ଚଳରେ ଗ୍ରାମସଭା ଏବଂ ପଲ୍ଲୀସଭାକୁ ଗୁରୁତ୍ୱ ଦିଆଯିବ । ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରାଯିବ । ଲୋକଙ୍କ ଆଭିମୁଖ୍ୟକୁ ନେଇ ଗାଇଡଲାଇନ ଆସୁଛି । ବିଜେପି ସରକାର ଲୋକଙ୍କ ଅନୁସାରେ କାମ କରିବ । ଆଉ ପଞ୍ଚାୟତ ପ୍ରତିନିଧିମାନଙ୍କୁ ସଶକ୍ତ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।

Leave a Reply

Your email address will not be published. Required fields are marked *