ଆସନ୍ତାକାଲି ଭାରତ ଗସ୍ତରେ ଆସିବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ

ନୂଆଦିଲ୍ଲୀ,୬/୦୯: ଆସନ୍ତାକାଲି ୪ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ । ସେ ଭାରତରେ ହେବାକୁ ଥିବା ଜି-୨୦ ସମ୍ମିଳନୀରେ ଯୋଗଦେବେ । ଭାରତ ଗସ୍ତରେ ଆସିବା ପୂର୍ବରୁ ବାଇଡେନଙ୍କ କୋଭିଡ ଟେଷ୍ଟ କରାଯାଇଥିଲା । କୋଭିଡ ରିପୋର୍ଟ ନେଭେଟିଭ୍ ଆସିବା ପରେ ବାଇଡେନ ଭାରତ ଆସିବା ନେଇ ସ୍ପଷ୍ଟ ହୋଇଛି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବାଇଡେନଙ୍କ ଦ୍ୱିପାକ୍ଷିକ ବୈଠକ ହେବାର ଅଛି । କିନ୍ତୁ ଚୀନ ରାଷ୍ଟ୍ରପତି ଜିନପିଙ୍ଗ ଏବଂ ଋଷ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ଜି-୨୦ ସମ୍ମିଳନୀରେ ଯୋଗଦେବେ ନାହିଁ ବୋଲି ପୂର୍ବରୁ ସ୍ପଷ୍ଟ କରିସାରିଛନ୍ତି ।

ସୂଚନାଯୋଗ୍ୟ ଯେ ନୂଆଦିଲ୍ଲୀର ପ୍ରଗତୀ ମଇଦାନରେ ଜି-୨୦ ସମ୍ମିଳନୀର ଆୟୋଜନ କରାଯାଇଛି । ଆସନ୍ତା ୯ ଏବଂ ୧୦ ତାରିଖ ଦୁଇ ଦିନ ଜି-୨୦ ବୈଠକ ହେବାର ଅଛି ।