ଆସନ୍ତା ୨୬ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୬/୩: ଆସନ୍ତା ୨୬ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଲୋକସଭା ପ୍ରବାସ କାର୍ଯ୍ୟକ୍ରମରେ ଭଦ୍ରକରେ କରିବେ ସମାବେଶ । ତୃଣମୂଳସ୍ତରରେ କର୍ମୀ ଓ ନେତାଙ୍କ ସହ ଆଲୋଚନା କରିବେ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପିର ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । ୨୦୨୪ ନିର୍ବାଚନ ପାଇଁ ରାଜ୍ୟରେ ରାଜନୈତିକ ମାହୋଲ ଦେଖିବାକୁ ମିଳୁଥିବା ବେଳେ ଉଭୟ ଶାସକ ଓ ବିରୋଧୀ ପରସ୍ପରକୁ ବିଭିନ୍ନ ପ୍ରସଙ୍ଗରେ ଟାର୍ଗେଟ କରୁଛନ୍ତି । ଆଉ ଏସବୁ ଭିତରେ ବିଜେପି ଚାଣକ୍ୟ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ରାଜନୈତିକ ଦୃଷ୍ଟିକୋଣରୁ ବେଶ ଗୁରୁତ୍ୱ ବହନ କରୁଛି । ଯେହେତୁ ପଶ୍ଚିମ ଓଡ଼ିଶାରେ ବିଜେପିର ସଙ୍ଗଠନ ସୁଦୃଢ ଅଛି ତେଣୁ ଚଳିତ ଗସ୍ତରେ ଉପକୂଳ ଓଡ଼ିଶା ଉପରେ ଫୋକସ କରିଛନ୍ତି ଶାହା ।