ହାଇକୋର୍ଟର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର,୨୭/୫: ହାଇକୋର୍ଟରେ ପହଞ୍ଚିଲା ବର୍ଷା-ଅନୁଭବ ପାରିବାରିକ ବିବାଦ । ଅନ୍ୟପଟେ ହାଇକୋର୍ଟର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ସୋସିଆଲ ମିଡିଆରେ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଭିଡିଓ ପୋଷ୍ଟ କରି ବିଭିନ୍ନ କଥା କହୁଥିବାରୁ ତାଙ୍କର ସମ୍ମାନହାନୀ ହେଉଥିବା ଅଭିଯୋଗ କରି ସେ ହାଇକୋର୍ଟ ଯାଇଛନ୍ତି । ଅନୁଭବ ତାଙ୍କର ବ୍ୟକ୍ତିଗତ ଜୀବନ ନେଇ ସାମାଜିକ ଗଣମାଧ୍ୟମରେ ବିଭିନ୍ନ କଥା କହୁଛନ୍ତି । ଅନୁଭବ ଭିଡିଓ ମାଧ୍ୟମରେ ନିଜର ମତ ରଖୁଛନ୍ତି, ଯାହାକି ତାଙ୍କ ଜୀବନ ସହ ଜଡ଼ିତ ବୋଲି ବର୍ଷା କହିଛନ୍ତି।