ଅନୁପ ସାଏଙ୍କୁ ଆଜୀବନ କାରାଦଣ୍ଡାଦେଶ

ଭୁବନେଶ୍ୱର,୨/୪: ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବଲି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ବ୍ରଜରାଜନଗର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଆଜୀବନ କାରାଦଣ୍ଡାଦେଶ ହୋଇଛି। ତେବେ ଡ୍ରାଇଭର ବର୍ଦ୍ଧନ ଟପୋଙ୍କୁ ନର୍ଦ୍ଦୋଷରେ ଖଲାସ କରିଥିବା ଜଣାଯାଇଛି। ରାୟଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲା ଦୌରାଜଜଙ୍କ ଅଦାଲତରେ ଅନୁପ ସାଏଙ୍କ ନାମରେ ଥିବା ମାମଲାର ରାୟ ପ୍ରକାଶ ପାଇଛି। ଛତିଶଗଡ଼ର ରାୟଗଡ଼ ଜିଲ୍ଲା ଚକ୍ରଧରନଗର ଥାନା ଅଞ୍ଚଳରେ ହୋଇଥିବା ଏହି ହତ୍ୟା ମାମଲାରେ ପୂର୍ବତନ ବିଧାୟକ ଅନୁପ ସାଏ ଓ ତାଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋଙ୍କୁ ଗତ ଫେବୃଆରି ୨୦୨୦ରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା।

ସୂଚନାଯୋଗ୍ୟ ଯେ କଳ୍ପନା ଦାଶ ଓ ତାଙ୍କ ଝିଅ ବବଲି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଛତିଶଗଡ଼ ରାଜ୍ୟର ରାୟଗଡ଼ସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟରେ ଜାମିନ ନାମଞ୍ଜୁର ହେବା ପରେ ପୂର୍ବତନ ବିଧାୟକ ଅନୁପ ସାଏ ଜେଲ ଯାଇଥିଲେ। ରାୟଗଡ଼ ଜିଲ୍ଲା ଚକ୍ରଧରନଗର ଥାନା ଅନ୍ତର୍ଗତ ସମ୍ବଲପୁରୀ ବଙ୍ଗୁରସିଆ ଠାରେ ଘଟିଥିବା ଡବଲ ମର୍ଡର ଘଟଣାରେ ପୁଲିସ ବ୍ରଜରାଜନଗର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ମୁଖ୍ୟ ଅଭିଯୁକ୍ତ ଭାବରେ ରାୟଗଡ଼ ଜେଏମଏଫସି କୋର୍ଟରେ ହାଜର କରିଥିଲା।