ଆରପାରିରେ ବରିଷ୍ଠ ଅଭିନେତା ଅରବିନ୍ଦ ତ୍ରିବେଦୀ

ଭୁବନେଶ୍ୱର, ୬/୧୦: ଲୋକପ୍ରିୟ ପୌରାଣିକ ଧାରାବାହିକ ରାମାୟଣରେ ରାବଣ ଚରିତ୍ରରେ ଅଭିନୟ କରିଥିବା ବରିଷ୍ଠ ଅଭିନେତା ଅରବିନ୍ଦ ତ୍ରିବେଦୀଙ୍କ ଦେହାନ୍ତ ହୋଇଛି ।  ହୃଦଘାତ ଯୋଗୁଁ ମୃତ୍ୟୁ ହୋଇଥିବା ଅରବିନ୍ଦଙ୍କ ଭଣଜା କୌସ୍ତୁଭ ସୂଚନା ଦେଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୨ବର୍ଷ ହୋଇଥିଲା । ଅରବିନ୍ଦ ନିଜର ୪୦ବର୍ଷର ଅଭିନୟ କ୍ୟାରିୟରେ ସେ ୩୦୦ରୁ ଉର୍ଦ୍ଧ ସିନେମା ଓ ଧାରବାହିକରେ ଅଭିନୟ କରିଥିଲେ । ରାମାୟଣ ବ୍ୟତୀତ ବିକ୍ରମ ବେତାଳ ଓ ଅନ୍ୟାନ୍ୟ ପୌରାଣିକ ଏବଂ ସାମାଜିକ ଧାରବାହିକରେ ସେ ଅଭିନୟ କରିିିଥିଲେ।