ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ୍

ଭୁବନେଶ୍ୱର,୨/୦୮: ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ୍ । ହାଇକୋର୍ଟରୁ ଅର୍ଚ୍ଚନାଙ୍କୁ ସର୍ତ୍ତମୂଳକ ଜାମିନ ମିଳିଛି । ଦୁଇଟି ମାମଲାରେ ତାଙ୍କୁ ଜାମିନ ମିଳିଛି । ଖଣ୍ଡଗିରି ଓ ନୟାପଲ୍ଲୀ ଥାନା ମାମଲାରେ ଅର୍ଚ୍ଚନାଙ୍କୁ ଜାମିନ ମିଳିଛି । ତଦନ୍ତରେ ସହଯୋଗ କରିବାକୁ ସର୍ତ୍ତ ରଖାଯାଇଛି । ଏହି ମାମଲାକୁ ନେଇ ବାହାରେ ସେ କିଛି ପ୍ରତିକ୍ରିୟା ରଖିପାରିବେନି ।