ଅରୁଣ କୁମାର ଷଡ଼ଙ୍ଗୀଙ୍କୁ ପୁଲିସ ମହାନିର୍ଦ୍ଦେଶକ ଭାବେ ମିଳିଲା ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୩୦/୧୨: ଅରୁଣ କୁମାର ଷଡ଼ଙ୍ଗୀଙ୍କୁ ପୁଲିସ ମହାନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଏନେଇ ଆଜି ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ଅରୁଣ କୁମାର ଷଡ଼ଙ୍ଗୀ।

ସୂଚନାଯୋଗ୍ୟ ଯେ ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ଡିସେମ୍ବର ୩୧ରେ ଅବସର ନେବେ। ଅରୁଣ ଷଡ଼ଙ୍ଗୀ ବର୍ତ୍ତମାନ ସ୍ବତନ୍ତ୍ର ପୁଲିସ୍ ଡିଜି ପାହ୍ୟାରେ କାର୍ଯ୍ୟରତ ଥିବା ବେଳେ ବିଜୁ ପଟ୍ଟନାୟକ ଷ୍ଟେଟ୍‌ ପୁଲିସ ଏକାଡେମୀର ନିର୍ଦ୍ଦେଶକ ଅଛନ୍ତି। ତେଣୁ ବିପିଏସପିଏ ନିର୍ଦ୍ଦେଶକ ସହ ସେ ପୁଲିସ୍‌ ବିଭାଗର ମୁଖ୍ୟ ଭାବେ କାମ କରିବେ।