ବିଜେଡିରୁ ଇସ୍ତଫା ଦେଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି

ଭୁବନେଶ୍ୱର,୨/୦୩: ଜୟଦେବ ବିଧାୟକ ଅରବିନ୍ଦ ଢାଲି ବିଜେଡିରୁ ଇସ୍ତଫା ଦେଇଛନ୍ତି । ନିଜ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀଙ୍କୁ ପଠାଇଛନ୍ତି ଅରବିନ୍ଦ । ସାଧାରଣ ନିର୍ବାଚନ ପୂର୍ବରୁ ଅରବିନ୍ଦ ବିଜେଡି ଛାଡିଥିବା ବେଳେ ଆସନ୍ତାକାଲି ବିଜେପିରେ ସାମିଲ ହେବେ ବୋଲି ସୂଚନା ଦେଇଛନ୍ତି । ପୂର୍ବରୁ ବିଜେଡି-ବିଜେପି ମେଣ୍ଟ ସରକାରରେ ମନ୍ତ୍ରୀ ଥିବା ଅରବିନ୍ଦ ଢାଲି ୬ ଥର ବିଧାୟକ ରହିଛନ୍ତି । ପ୍ରଥମେ ବିଜେପି ଟିକେଟରୁ ବିଧାୟକ ହୋଇଥିବା ଅରବିନ୍ଦ ପରବର୍ତ୍ତୀ ସମୟରେ ଭାରତୀୟ ଜନଶକ୍ତି ପାର୍ଟି, ସମାଜବାଦୀ ପାର୍ଟି ଏବଂ ବିଜେଡିରେ ସାମିଲ ହୋଇଥିଲେ । ତେବେ ୨୦୨୪ ନିର୍ବାଚନ ପୂର୍ବରୁ ଅରବିନ୍ଦ ପୁଣିଥରେ ବିଜେଡି ଛାଡି ବିଜେପି କ୍ୟାମ୍ପକୁ ଫେରିଛନ୍ତି । ତେବେ ସେ ଇସ୍ତଫା ଦେବା ପଛରେ ସେଭଳି କୌଣସି ସ୍ପଷ୍ଟ କାରଣ ଦର୍ଶାଇ ନାହାନ୍ତି । ସେ କହିଛନ୍ତି ଯେ ଇଚ୍ଛା ହେଲା ନିଜ ଘରକୁ ଫେରିଯିବା ପାଇଁ ତେଣୁ ବିଜେଡିରୁ ଇସ୍ତଫା ଦେଲି ।