ବିଜେପିରେ ଯୋଗ ଦେଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି

ଭୁବନେଶ୍ୱର,୦୩/୦୩:ଆଜି ଜୟଦେବ ବିଧାୟକ ଅରବିନ୍ଦ ଢାଲି ବିଜେପିରେ ଯୋଗ ଦେଇଛନ୍ତି। ଆଜି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ବିଜେପିରେ ସେ ମିଶିଛନ୍ତି । ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ଓ ସହପ୍ରଭାରୀଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି। ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ଅରବିନ୍ଦ ଢାଲି।ଜୟଦେବ ନିର୍ବାଚନ ମଣ୍ଡଳୀରୁ ଦୁଇ ଥର ବିଧାୟକ ହୋଇଥିବା ପୂର୍ବତନ ମନ୍ତ୍ରୀ ଅରବିନ୍ଦ ଢାଲି ୨୦୦୯ ନିର୍ବାଚନ ପୂର୍ବରୁ ବିଜେପି ଛାଡ଼ି ବିଜେଡିରେ ଯୋଗଦେଇଥିବା ସେ ପୁଣି ବିଜେପିକୁ ଫେରିବେ ବୋଲି ଗଣମାଧ୍ୟମରେ କହିଥିଲେ।