ମଦ ଦୁର୍ନୀତି ମାମଲାରେ କେଜ୍ରିୱାଲଙ୍କୁ ହାଇକୋର୍ଟଙ୍କ ଝଟକା, ଜେଲରେ ରହିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫/୦୬: ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ଆବେଦନ  ତଳ କୋର୍ଟ ଦେଇଥିବା ରାୟ ଉପରେ ରୋକ୍ ଲଗାଇଛନ୍ତି ଦିଲ୍ଲୀ ହାଇକୋର୍ଟ ।ଜଷ୍ଟିସ୍ ସୁଧୀର କୁମାର ଜୈନଙ୍କ ଖଣ୍ଡପୀଠ ରାଉଜ୍ ଆଭିନ୍ୟୁ କୋର୍ଟର ଫୈସଲା ଉପରେ ରୋକ୍ ଲଗାଇଛନ୍ତି । କୋର୍ଟ ଏହି ମାମଲାରେ ଶୁଣାଣି କରି କହିଛନ୍ତି ଯେ, ତଳ କୋର୍ଟର ଅବକାଶକାଳୀନ ବେଞ୍ଚ କେଜ୍ରିୱାଲଙ୍କୁ ଜାମିନ୍ ଦେବା ସମୟରେ ନିଜ ବିବେକର ବ୍ୟବହାର କରିଥିଲେ । ହେଲେ ତଳ କୋର୍ଟ ଇଡିର ଦସ୍ତାବିଜ ଉପରେ ଗୁରୁତ୍ୱ ଦେଇନଥିଲେ । ତେଣୁ ତଳ କୋର୍ଟର ରାୟ ଉପରେ ରୋକ୍ ଲଗାଇଛନ୍ତି ହାଇକୋର୍ଟ ।ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରୱାଲ ଏବେ ଜେଲରେ ଅଛନ୍ତି ।