ଜଷ୍ଟିସ ଅରିନ୍ଦମ ସିହ୍ନା ହେଲେ ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି

ଭୁବନେଶ୍ୱର,୧୭/୦୧: ଜଷ୍ଟିସ ଅରିନ୍ଦମ ସିହ୍ନା ହେଲେ ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି । ଏବେ ହାଇକୋର୍ଟରେ ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ ଅରିନ୍ଦମ ସିହ୍ନା । ୧୯ ତାରିଖରେ ଅଵସର ନେଉଛନ୍ତି ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ସେ ଅବସର ନେବା ପରେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଦାୟିତ୍ୱରେ ରହିବେ ଜଷ୍ଟିସ ସିହ୍ନା। ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।

Leave a Reply

Your email address will not be published. Required fields are marked *