ଦୁର୍ବଳ ହେଲା ବାତ୍ୟା ଅସାନି

ଭୁବନେଶ୍ୱର,୧୧/୫: ଭୀଷଣ ବାତ୍ୟା ‘ଅସାନି’ ଦୁର୍ବଳ ହୋଇ ବାତ୍ୟାରେ ପରିଣତ ହୋଇଛି। । ବର୍ତ୍ତମାନ ଏହା ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣ-ପଶ୍ଚିମ ଦିଗରେ ୫୪୦କିମି ଦୂରରେ ରହିଛି। ଗତ ୬ ଘଣ୍ଟାରେ ଏହା ୧୨ ଘଣ୍ଟା ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି ।ଏହା ପ୍ରଭାବରେ ଆସନ୍ତା କାଲି ପର୍ଯ୍ୟନ୍ତ ଓଡ଼ିଶାର ୮ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟପଟେ ବାତ୍ୟା ‘ଅସାନି’କୁ ଆଖି ଆଗରେ ରଖି ମାଲକାନଗିରି ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି । ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆନ୍ଧ୍ରପ୍ରଦେଶ ମୁହାଁ ହୋଇଥିବା ବାତ୍ୟା ‘ଅସାନି’ କାକିନାଡ଼ା ଓ ବିଶାଖାପାଟଣା ମଧ୍ୟରେ ଏହା ସ୍ଥଳ ଭାଗକୁ ଛୁଇଁପାରେ । ଫଳରେ ଆନ୍ଧ୍ରପ୍ରଦେଶକୁ ବାତ୍ୟା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି।