ଆସନ୍ତାକାଲିଠାରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ, କଡାକଡି ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୨୦/୨: ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ବଜେଟ ଅଧିବେଶନ । ଚଳିତ ଆର୍ଥିକବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଏହାରିମଧ୍ୟରେ ବଜେଟ ଅଧିବେଶନ ପାଇଁ ବିଧାନସଭାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଡାକଡି କରାଯାଇଛି । ସୁରକ୍ଷା ବ୍ୟବସ୍ଥା ନିଜେ ଯାଞ୍ଚ କରିଛନ୍ତି ପୋଲିସ ଡିଜି । ବିଧାନସଭାର ବଜେଟ ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ବିଧାନସଭା ଅଧିବେଶନ ପାଇଁ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ୨ ଜଣ ଡିସିପିଙ୍କ ନେତୃତ୍ୱରେ ୧୦ ଅତିରିକ୍ତ ଡିସିପି, ୧୧ ଏସିପି, ୧୩ ଜଣ ଆଇଆଇସି, ୮୫ ଜଣ ଅଫିସର ଓ ୨୦୦ ଜଣ କନେଷ୍ଟବଳ ମୁତୟନ ହେବେ ।