କିପରି କଟିବ ଆଜି ଆପଣଙ୍କ ଦିନ: ୦୮/୦୭/୨୦୨୧

ମେଷ: ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ବାଦବିବାଦ ଓ ମାଲି ମକଦ୍ଦମାର ଅପୋଷ ସମାଧାନ ହୋଇପାରେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ ।

ବୃଷ:ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ପାରିବାରିକ ଜୀବନରେ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବା ଫଳରେ ନାନା ବାଟରେ ଧନାଗମ ଘଟିବ । ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ ଓ ମହାଜନଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ । ଛାତ୍ର ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ ।

ମିଥୁନ:ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ବନ୍ଧୁ ମିତ୍ରଙ୍କ ସହିତ ସମୟ ବିତେଇବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ଗୁରୁଜନଙ୍କ ପ୍ରେରଣା ପାଇ ପରିବାର ଜନଙ୍କର ଅନେକ ସମସ୍ୟାର ସମାଧାନ କରି ପାରିବେ । କ୍ରୀଡ଼ା, କଳା, ସଂସ୍କୃତି, ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ ।

କର୍କଟ:ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଆତ୍ମ ସନ୍ତୋଷ ଲାଭ କରିବେ । ଭ୍ରାତୃବିବାଦ, ପଡ଼ୋଶୀ କଳହର ସମାଧାନ ହୋଇ ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ ।

ସିଂହ:କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହୋଇ ମାନସିକ ଏକାଗ୍ରତା ବଜାୟ ରହିବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ ।

କନ୍ୟା:ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଚାକିରୀ କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ଘଟିବା ସହ ପ୍ରଶଂସିତ ହେବେ ।

ତୁଳା:କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ଅଧ୍ୟୟନ ଅଧ୍ୟାପନା ତଥା କଳା ସଙ୍ଗୀତ କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ କୌଣସି ଶୁଭ ସମାଚାର ଶୁଣି ଖୁସି ହେବେ ।

ବିଛା:ସରକାରୀ କର୍ମଚାରୀ ମାନଙ୍କର ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି । ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ ।

ଧନୁ:ସମସ୍ତ ବ୍ୟବସାୟ ଭଲ ଗତିରେ ଚାଲିବ । ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ । ଅନେକଦିନ ଧରି ଯାହା ଚିନ୍ତା କରୁଥିଲେ ତାକୁ କାର୍ଯ୍ୟକାରି କରିପାରିବେ । ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଶାରୀରିକ ପୀଡାରେ ପରିବର୍ତ୍ତନ ଦେଖାଦେବ ।

ମକର:ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ।

କୁମ୍ଭ:ଶତ୍ରୁମାନଙ୍କ ଉପରେ ନଜର ରଖିଲେ ପରାଜୟ କରି ପାରିବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । ଦାମ୍ପତ୍ୟ ସୁଖରେ ଉନ୍ନତି ହେବ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ନୂତନ ଯୋଜନା ପ୍ରସ୍ତୁତ କରି ଆନନ୍ଦିତ ହେବେ ।

ମୀନ: ସହନଶୀଳତା ଯୋଗେ ଯଶ ମିଳିବ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ ।