କିପରି କଟିବ ଆଜି ଆପଣଙ୍କ ଦିନ: ୨୦/୦୮/୨୦୨୧

ମେଷ:ସନ୍ତାନଙ୍କ ବିବାହ ମାମଲାରେ ତତ୍ପର କରନ୍ତୁ ନାହିଁ, ଭୁଲ ନିଷ୍ପତ୍ତି ଜୀବନକୁ ବଦଳାଇପାରେ। ବିପଦପୂର୍ଣ୍ଣ କାର୍ଯ୍ୟକଳାପରୁ ଦୂରେଇ ରୁହନ୍ତୁ। ଯାନ, ଯନ୍ତ୍ରପାତି ଏବଂ ଅଗ୍ନି ଇତ୍ୟାଦି ବ୍ୟବହାରରେ ସତର୍କ ରୁହନ୍ତୁ।

ବୃଷ:ଜୀବନସାଥୀଙ୍କ ସହିତ ମତଭେଦ ହେବାର ସମ୍ଭାବନା ଅଛି, ଭଲ ହେବ ପାରସ୍ପରିକ ସମ୍ମତି ସହିତ ଘରୋଇ ସମସ୍ୟାର ସମାଧାନ କରିବେ। ମାଙ୍ଗଳିକ କାର୍ଯ୍ୟର ପ୍ରତିବନ୍ଧକ ଦୂର ହୋଇ ଲାଭର ପରିସ୍ଥିତି ସୃଷ୍ଟି ହେବ। ରାଜନୈତିକ ପ୍ରସଙ୍ଗରେ ଆପଣଙ୍କର ବିରୋଧ ହେବ।

ମିଥୁନ:ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଶତୃମୁକ୍ତ ନିରୁପଦ୍ରବ ଜୀବନ ଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ପାରିବାରିକ ଜୀବନରେ ଶାନ୍ତି, ଭାଇଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ ।

କର୍କଟ:ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ । ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ।

ସିଂହ: ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ ।

କନ୍ୟା: ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ । ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ ।

ତୁଳା: ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

ବିଛା: କର୍ମ କ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ଧନୁ:ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ ।

ମକର:ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ । ଧନ ପାଇବାର ରାସ୍ତା ଖୋଲିଯିବ ।

କୁମ୍ଭ:କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।

ମୀନ: ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।