କିପରି କଟିବ ଆଜି ଆପଣଙ୍କ ଦିନ: ୧୩/୦୯/୨୦୨୧

ମେଷ: ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହୋଇ ଆନନ୍ଦମୟ ମୁହୂର୍ତ୍ତ କଟିବ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ।

ବୃଷ: ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତିହେବ ।

ମିଥୁନ: ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି । ଉଚ୍ଚପଦସ୍ଥ କର୍ମକର୍ତ୍ତା ମାନଙ୍କର କର୍ମଉପରେ ନଜର ପଡ଼ିପାରେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ ।

କର୍କଟ: ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବା ଫଳରେ କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ପାଇବେ । ବାସସ୍ଥାନ ବା ଯାନବାହାନର ନବୀକରଣ କରିଲେ ଶୁଭଫଳ ପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ଠିକ୍ ରହିବ ଓ ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ ।

ସିଂହ: ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ । ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବ୍ୟସ୍ତ ରହି ପାରନ୍ତି ।

କନ୍ୟା: ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରିବା ସହ ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ ।

ତୁଳା:ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ପାରିବାରିକ ଜୀବନ ଆନନ୍ଦମୟ ହେବ ଓ ପରିଶ୍ରମର ମୂଲ୍ୟ ପାଇବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ ।

ବିଛା:ବନ୍ଧୁ ମିତ୍ରମାନଙ୍କ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ।

ଧନୁ: ଭ୍ରାତୃ ବିବାଦ ଦୂର ହୋଇ ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ଜାଗା ଜମିବାଡ଼ି ନେଇ ସମସ୍ୟା ଥିଲେ ସମାଧାନର ବାଟ ଦେଖାଦେବ । ବିଦ୍ୟାର୍ଥିଙ୍କର ଉନ୍ନତି ହେବ ।

ମକର:ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ ଓ ହସଖୁସିରେ ସମୟ ବିତାଇବେ ।

କୁମ୍ଭ: ଦୂରଯାତ୍ରାର ସୁଯୋଗ ପାଇ ସୁଖ ସମ୍ପଦ ପ୍ରାପ୍ତି ହେବ । ବ୍ୟବସାୟରେ ଆୟରସ୍ରୋତ ଖୋଲିଯିବା ଫଳରେ ସଫଳତା ଅର୍ଜନ କରିବେ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ ।

ମୀନ:ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।