କିପରି କଟିବ ଆଜି ଆପଣଙ୍କ ଦିନ: ୨୭/୦୯/୨୦୨୧

ମେଷ: ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ପୁରାତନ ରୋଗର ଉପଶମ ମିଳିବ । ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ । ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ । ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ ।

ବୃଷ:ସ୍ୱାସ୍ଥ୍ୟ ଠିକ୍ ରହିବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ ।

ମିଥୁନ:ସୁଖ ସମ୍ପଦ ପ୍ରାପ୍ତି ପାଇଁ ପ୍ରୟାସରତ ରହିବେ । କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ଅଏସ୍ ଆରାମ ସୁଖ ସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ ।

କର୍କଟ:ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବା ସହ ସୁଯୋଗ ହାତଛଡା ହେବାର ନାହିଁ । ଶୁଭକାର୍ଯ୍ୟରେ ଯୋଗ ଦେଲେ ଆୟ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସୁଖ ସମ୍ପତ୍ତି ଲାଭହେବ ।

ସିଂହ:ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ । ସମୟ ଅନୁକୂଳ ହୋଇ ଥିବାରୁ କାର୍ଯ୍ୟ ପୁରଣରେ ସାହାଯ୍ୟ ସହଯୋଗ ମିଳିବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବା ସହ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ ।

କନ୍ୟା:ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ଓ ମାନସିକ ସ୍ଥିରତା ଦେଖାଦେବ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।

ତୁଳା:ସହକର୍ମୀଙ୍କର ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ବିଦ୍ୟାର୍ଥୀମାନେ ଆନନ୍ଦିତ ହେବେ । ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ । ପରିବହନ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ।

ବିଛା:ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରି ପାରନ୍ତି ।

ଧନୁ:ଶତୃମାନେ ମଥାନତ କରିବେ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ନିବେଶ ପାଇଁ ସମୟ ଉପଯୁକ୍ତ ହୋଇ ଥିବାରୁ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ ।

ମକର:ପାରିବାରିକ ଜୀବନ ଆନନ୍ଦମୟ ହେବ । ବନ୍ଧୁଙ୍କ ଶୁଭକର୍ମରେ ଯୋଗଦେବାକୁ ବାଧ୍ୟ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବ ।

କୁମ୍ଭ:ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ । ସରକାରୀ ସାହାଯ୍ୟ ମିଳିପାରେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହେବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ ।

ମୀନ:ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ ।