କିପରି କଟିବ ଆଜି ଆପଣଙ୍କ ଦିନ: ୪/୧୦/୨୦୨୧

ମେଷ:ଦିନଟି ଭଲ ନୁହେଁ। ଚାକିରିରେ ଅଶାନ୍ତିର ବାତାବରଣ ସୃଷ୍ଟି କରିବାର ସମ୍ଭାବନା ଅଛି। ସ୍ୱାସ୍ଥ୍ୟ ଦୁ-ର୍ବଳ ହେବ। ଅନାବଶ୍ୟକ ଖର୍ଚ୍ଚ ବୃଦ୍ଧି ପାଇବ। ଠ-କିବାର ସମ୍ଭାବନା ଅଛି। ପୁରୁଣା ରୋଗ ହେବାର ସମ୍ଭାବନା ଅଛି। ସତ-ର୍କତାର ସହିତ ରୁହନ୍ତୁ।

ବୃଷ:ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । କାରବାରରେ ସୁଧାର ଆସି ଟଙ୍କାର ଆବଶ୍ୟକତା ପୂରଣ ହେବ ।

ମିଥୁନ: ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

କର୍କଟ:ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ଧର୍ମକର୍ମରେ ରୁଚି ରହିବ ।

ସିଂହ:ସ୍ଵାସ୍ଥ୍ୟରେ ସୁଧାର ଆସିବା ସହ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ।

କନ୍ୟା:ସାମାଜିକ ପତିଆରା ଅମଳିନ ରହିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତିହୋଇ ପାରେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ ।

ତୁଳା:ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ ।

ବିଛା:ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ଋଣ ଭରଣାରେ ସହଜ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ ।

ଧନୁ:ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି ବ୍ୟବସାୟ କରିଲେ ଲାଭବାନ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ।

ମକର:ବ୍ୟବସାୟ କରୁଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇ ପାରିବେ । ରାଜନୀତି କ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ବନ୍ଧୁଙ୍କ ସହ ସମୟ ବିତେଇବେ ଓ ଦାମ୍ପତ୍ୟ ସୁଖରେ ସଫଳତା ଅର୍ଜନ କରିବେ ।

କୁମ୍ଭ: ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପରିବାରର ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ ।

ମୀନ: ସ୍ୱାସ୍ଥ୍ୟରେ ସୁଧାର ଆସିବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ ।