କିପରି କଟିବ ଆଜି ଆପଣଙ୍କ ଦିନ: ୦୫/୧୦/୨୦୨୧

ମେଷ:ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ ।

ବୃଷ:ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । କର୍ମକ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ ।

ମିଥୁନ: କର୍ମକ୍ଷେତ୍ରରେ ପଦୋନ୍ନତିର ସମ୍ଭାବନା ରହିଛି । ତଳ ମହଲରୁ ଆଶାତୀତ ଲାଭ ପାଇବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ ।

କର୍କଟ: କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ।

ସିଂହ: ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ ।

କନ୍ୟା:ସ୍ୱାସ୍ଥ୍ୟ ଠିକ୍ ରହିବ ଓ ସାମାଜିକ ଉତ୍ସବରେ ଭାଗ ନେବେ । ଶତ୍ରୁବାଧା ଦୂରେଇ ଯିବା ଫଳରେ ଋଣରୁ ମୁକ୍ତି ପାଇବା ପାଇଁ ସହଯୋଗ ଲୋଡିବେ । ରାଜନୀତିରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ ।

ତୁଳା:ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ରାଜନୀତିରେ ସମସ୍ୟା ଦୂର ହୋଇ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ ।

ବିଛା: ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ।

ଧନୁ:ଶରୀର ସୁସ୍ଥ ରହିବ । ସରକାରୀ କ୍ଷେତ୍ରରେ ବ୍ୟକ୍ତିଗତ ଓ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ । ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ ।

ମକର:ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ବାତାବରଣ ଦେଖାଦେଇ ପାରେ ।

କୁମ୍ଭ:ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପ୍ରଶଂସା ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ । ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଗୃହ ସୁଖମିଳିବ ।

ମୀନ:ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ ।