କିପରି କଟିବ ଆଜି ଆପଣଙ୍କ ଦିନ: ୧୨/୧୦/୨୦୨୧

ମେଷ:ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ଗୁରୁଜନମାନଙ୍କର ଆଦରଣୀୟ ହେବେ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ । କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ୍ଣ ଦୂର ହେବ । କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ ।

ବୃଷ: ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ ।

ମିଥୁନ:ସ୍ୱାସ୍ଥ୍ୟ ଠିକ୍ ରହି ପାରେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ବିଶେଷ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ ।

କର୍କଟ:ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ ଓ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ ।

ସିଂହ:ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

କନ୍ୟା:ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ ।

ତୁଳା: ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । କଠିନ ପରିଶ୍ରମ କରିବା ଦ୍ଵାରା ଯଶମାନ ସମ୍ମାନ ମିଳିବ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ ।

ବିଛା:ସନ୍ତାନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ । ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ । ଧାର୍ମିକ କାର୍ଯ୍ୟରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ ।

ଧନୁ:ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ ।

ମକର:ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଦାମ୍ପତ୍ୟ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍ ।

କୁମ୍ଭ:ସୁଖ ସମ୍ପଦ ପ୍ରାପ୍ତି ହେବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇ ପାରିବେ ।

ମୀନ:ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ ।