କିପରି କଟିବ ଆଜି ଆପଣଙ୍କ ଦିନ: ୧୫/୧୦/୨୦୨୧

ମେଷ:ଶରୀର ସୁସ୍ଥ ରହିବା ସହ ଶତୃମାନେ ପରାଜିତ ହେବେ । ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବା ଯୋଗେ ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ ।

ବୃଷ:ବନ୍ଧୁ ମିତ୍ରଙ୍କର ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ ।

ମିଥୁନ:ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପାଇବେ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଓ ତୀର୍ଥଯାତ୍ରା ମଧ୍ୟ କରି ପାରନ୍ତି ।

କର୍କଟ:ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଭାଇ, ବନ୍ଧୁ ଓ ମିତ୍ରଙ୍କ ସହିତ ମତଭେଦ ସମାପ୍ତ ହେବ । କର୍ମକ୍ଷେତ୍ରରେ ନୂଆ ପରିବର୍ତ୍ତନ ହେବାର ସମ୍ଭାବନା ଅଛି । ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ।

ସିଂହ:ସୁଯୋଗ ହାତପାହାନ୍ତାରେ ପାଇ କାର୍ଯ୍ୟରେ ସଫଳତା ମିଳିବ । ପ୍ରେମ-ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ । ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ ।

କନ୍ୟା:ସାମାଜିକ କାର୍ଯ୍ୟରେ ସଫଳ ହେବେ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ । ପୁରାତନ ରୋଗରୁ ଉପଶମ ମିଳିବ ।

ତୁଳା:ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଅଚାନକ ଭାବରେ ଧନ ଲାଭ ହେବ । ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପାରିବାରିକ ମାମଲା ବହୁତ ସହଜ ସରଳହେବ ।

ବିଛା:ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପାରିବାରିକ କ୍ଷେତ୍ରରେ ଖୁସିର ବାତାବରଣ ସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ । ବ୍ୟବସାୟ କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ।

ଧନୁ:ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ ।

ମକର:ଶତୃ ଓ ବିରୋଧୀ ମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ ।

କୁମ୍ଭ:ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ । କୌଣସି ଇଲୋକଟ୍ରନିକ ସାମଗ୍ରୀ ଓ ଘରର ଉପଯୋଗ ସାମଗ୍ରୀ କ୍ରୟ କରିପାରିବେ । ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ ।

ମୀନ:ସହକର୍ମୀ ମାନଙ୍କର ସହଯୋଗ ପାଇ ପ୍ରଶଂସିତ ହେବେ । ଅନୁସନ୍ଧାନ କାର୍ଯ୍ୟରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟରେ ସଫଳତା ଲାଭ କରିବା ସହ ଉନ୍ନତି ହେବ ।