କିପରି କଟିବ ଆଜି ଆପଣଙ୍କ ଦିନ: ୧୬/୧୦/୨୦୨୧

ମେଷ:ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ଆୟବୃଦ୍ଧି ହେବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ ।

ବୃଷ: ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ଚିନ୍ତିତ ରହି ପାରନ୍ତି । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ ।

ମିଥୁନ:ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢି ପାରିବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ ।

କର୍କଟ:ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ ।

ସିଂହ:କାରବାରରେ ସୁଧାର ଆସି ଟଙ୍କାର ଆବଶ୍ୟକତା ପୂରଣ ହେବ । ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ ।

କନ୍ୟା:ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇ ବୁଦ୍ଧିଜୀବି ମାନଙ୍କ ସାନ୍ନିଧ୍ୟରେ ଆସିବେ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ ।

ତୁଳା:ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟରେ ସାମାନ୍ୟ ଲାଭହେବ ଓ ଦୂରଯାତ୍ରା କରି ମନ ଖୁସି ରହିବ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ ।

ବିଛା:ସହକର୍ମୀମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ବାସସ୍ଥାନ ବା ଯାନବାହାନର ନବୀକରଣ କରି ପାରନ୍ତି । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ ।

ଧନୁ:ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ଦୀର୍ଘ ସ୍ଥାୟୀହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ ।

ମକର:ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ଶତୃମାନଙ୍କୁ ମୁକାବିଲା କରିପାରିବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ ।

କୁମ୍ଭ:ସମସ୍ତ କ୍ଷେତ୍ରରେ ଖୁସି ମିଳିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ ।

ମୀନ:କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ ।