କିପରି କଟିବ ଆଜି ଆପଣଙ୍କ ଦିନ: ୧୭/୧୦/୨୦୨୧

ମେଷ: ମେଷ ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ସପ୍ତମ ଭାବରେ ବା ଜାୟାବ୍ୟବସାୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ ।

ବୃଷ: ବୃଷରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଷଷ୍ଠଭାବରେ ବା ରୋଗ, ରୁଣ, ଶତ୍ରୁ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ ।

ମିଥୁନ: ମିଥୁନରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପଞ୍ଚମଭାବ ବା ସନ୍ତାନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ପୁରାତନ ରୋଗରୁ ଉପଶମ ମିଳିବା ଫଳରେ ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ ।

କର୍କଟ: କର୍କଟରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଚତୁର୍ଥ ଭାବରେ ବା ସୁଖ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।

ସିଂହ: ସିଂହରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ତୃତୀୟ ଭାବରେ ବା ବିକ୍ରମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ ।

କନ୍ୟା: କନ୍ୟାରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦ୍ଵିତୀୟ ଭାବରେ ବା ଧନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଯୋଗେ ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି ।

ତୁଳା:ତୁଳାରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପ୍ରଥମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଅନେକ ଦିଗରୁ ଖୁସି ମିଳିବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ ।

ବିଛା:ବିଛାରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ବ୍ୟୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ ।

ଧନୁ:ଧନୁରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଏକାଦଶ ଭାବରେ ବା ଲାଭଭାବରେ ଅବସ୍ଥାନ କରିବେ । ଯାହାଫଳରେ ଆୟ ବୃଦ୍ଧି ହୋଇ ଅର୍ଥଲାଭର ମାର୍ଗ ଖୋଲିଯିବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ ।

ମକର:ମକର ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦଶମଭାବରେ ବା କର୍ମଭାବରେ ଅବସ୍ଥାନ କରିବେ । ଯାହାଫଳରେ କର୍ମକ୍ଷେତ୍ରରେ ଶତୃତା କମିଯିବା ଫଳରେ ପଦୋନ୍ନତିର ସଙ୍କେତ ପାଇବେ ।

କୁମ୍ଭ:କୁମ୍ଭରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ନବମ ଭାବରେ ଭାଗ୍ୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ଅସହାୟ ଓ ନୀଚ ଲୋକଙ୍କୁ ସାହାଯ୍ୟ କରିବା ଫଳରେ ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ ।

ମୀନ:ମୀନରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଅଷ୍ଟମ ଭାବରେ ବା ନିଧନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ମାନସିକ ଶାନ୍ତିପାଇବେ ।