କିପରି କଟିବ ଆଜି ଆପଣଙ୍କ ଦିନ: ୨୧/୧୦/୨୦୨୧

ମେଷ: ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ ।

ବୃଷ:ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । କାର୍ଯ୍ୟକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ପ୍ରବାସ ଓ ଯାତ୍ରାରେ ଲାଭବାନ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ ।

ମିଥୁନ:ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବା ସହ ଶରୀର ସୁସ୍ଥ ରହିବ । ଶତୃ ପରାଜିତ ହେବା ସହ ବ୍ୟବସାୟରେ ଭଲ ଲାଭ ପାଇବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ।

କର୍କଟ:ସାମାଜିକ କଲ୍ୟାଣ କାର୍ଯ୍ୟ କରିବା ଫଳରେ ମାନସମ୍ମାନ ବୃଦ୍ଧିହେବ । କଠିନ ପରିଶ୍ରମକରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ ।

ସିଂହ:କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବା ସହ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ ।

କନ୍ୟା:ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ବ୍ୟବସାୟୀ ମାନଙ୍କର ଆଶାତୀତ ଲାଭମିଳିବା ସହ କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ପାରିବାରିକ କ୍ଷେତ୍ରରେ ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ ।

ତୁଳା:ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ । ବିଦ୍ୟାର୍ଥୀମାନେ ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସକ୍ଷମ ହେବେ ।

ବିଛା:ଜଗାଜମି, ଗୃହ ଉପକରଣ କ୍ରୟ କରିବେ । କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ ।

ଧନୁ:ସନ୍ତାନର ଭବିଷ୍ୟତକୁ ଧ୍ୟାନରେ ରଖି ଶୁଭକାମ କରି ପ୍ରଶଂସିତ ହେବେ । ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ । ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ଖାଦ୍ୟ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ ।

ମକର:ଶରୀର ଓ ମନ ଭଲ ରହିବ । ବିଦେଶ ଯାତ୍ରାରେ ସଫଳ ହେବେ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ବିଶେଷ ଉପକୃତ ହେବେ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ ।

କୁମ୍ଭ:ସାମାଜିକ କାର୍ଯ୍ୟରେ ଯୋଗଦାନ ଦେଇ ପ୍ରଶଂସା ପାଇବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ମିଛଆଶା

ମୀନ:ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ । ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ । ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ ।