କିପରି କଟିବ ଆଜି ଆପଣଙ୍କ ଦିନ: ୨୬/୧୦/୨୦୨୧

ମେଷ: ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ ଓ କର୍ମକ୍ଷେତ୍ରରେ ଆୟ ବୃଦ୍ଧି ହେବ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ ।

ବୃଷ:ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ । ବ୍ୟବସାୟ କ୍ଷେତ୍ରରେ କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ ।

ମିଥୁନ:ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଖୁସି ରହିପାରନ୍ତି । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ ।

କର୍କଟ:ସରକାରୀ କାମରେ ସଫଳତା ପାଇବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ ।

ସିଂହ:ସାମାଜିକ ପତିଆରା ଅମଳିନ ରହିବ ଓ ଆର୍ଥୀକ ଅବସ୍ଥାରେ ପରିବର୍ତ୍ତନ ଆସିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି ।

କନ୍ୟା:ଶତୃମାନେ ଦୂରେଇ ଯିବେ ଓ ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ ଓ ମେହନତର ପରିଣାମ ମିଳିବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ ।

ତୁଳା:ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ ।

ବିଛା:ଶରୀର କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଟଙ୍କାର ଆବଶ୍ୟକତା ପୂରଣ ହୋଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟୀକ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ମାତ୍ରାରେ ଲାଭହେବ ।

ଧନୁ:ସାମାଜିକ ପତିଆରା ଅମଳିନ ରହିବା ସହ ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଶାରୀରିକ ସୁସ୍ଥତା ଅନୁଭବ କରିବା ସହ ମାନସିକ ଶାନ୍ତି ମିଳିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ ।

ମକର:ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ ।

କୁମ୍ଭ:ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ।

ମୀନ:ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ ।