କିପରି କଟିବ ଆଜି ଆପଣଙ୍କ ଦିନ: ୩୧/୧୦/୨୦୨୧

ମେଷ: ବ୍ୟବସାୟିକ ସ୍ଥିତି ସୁଧୁରିଯିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କର୍ମକ୍ଷେତ୍ରରେ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ।

ବୃଷ:ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ ଦୂରଯାତ୍ରାର ସୁଯୋଗ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଯୁବକ ଯୁବତୀ ମାନଙ୍କର ଉତ୍ତରଦାୟିତ୍ୱ ବଢ଼ିବ।

ମିଥୁନ:କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ମାନସିକ ସୁସ୍ଥତା ଅନୁଭବ କରି ଶାନ୍ତିପାଇବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣ ସଫଳତା ଅର୍ଜନ କରିବେ। ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ।

କର୍କଟ:ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ। ପ୍ରେମୀକ ପ୍ରେମିକାଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ। କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରିପାରିବେ।

ସିଂହ:ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ। ଚାକିରୀ କ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ଅନେକ ଦିଗରୁ ଖୁସି ମିଳିବ।

କନ୍ୟା:ଦୂରଯାତ୍ରାର ସୁଯୋଗ ପାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବା ସହ ନୂଆ ଯୋଜନାରେ ସଫଳହେବେ।

ତୁଳା:ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ ଓ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହେବ। ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ।

ବିଛା:ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ବ୍ୟବସାୟିକ ସ୍ଥିତି ସୁଧୁରିଯାଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ।

ଧନୁ:ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ନୂଆ କାମ ନୂଆ ପ୍ରେରଣା ଦେବ। ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ଲୋକପ୍ରିୟତା ବୃଦ୍ଧି ହେବ। ବ୍ୟବସାୟ କାରବାରରେ ବହୁତ ଭଲଲାଭ ହେବ।

ମକର:ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ବୃଦ୍ଧିହେବ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ଆର୍ଥିକସ୍ଥିତି ପୂର୍ବପରି ରହିବ। ଖେଳରେ ଉନ୍ନତି ହେବ। ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ।

କୁମ୍ଭ:ଶାରୀରିକ ପୀଡା ଦୂରେଇ ଯାଇ ସ୍ୱାସ୍ଥ୍ୟ ଭଲ ରହିବ। କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ପ୍ରବାସ ଯାତ୍ରାରେ ଲାଭବାନ ହେବେ।

ମୀନ:ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଆଶାତୀତ ଲାଭ ପାଇବେ।ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ।