କିପରି କଟିବ ଆଜି ଆପଣଙ୍କ ଦିନ: ୭/୧୧/୨୦୨୧

ମେଷ: ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ ।

ବୃଷ: କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ । ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ । ସ୍ଥଗିତଥିବା କର୍ମଟି ପୂରଣ ହେବ ।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ ।

କର୍କଟ: ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ନିଜର ଲୋକମାନେ ଓ ଅତି ପ୍ରିୟବନ୍ଧୁ ଆର୍ଥିକ ସାହାଯ୍ୟ କରିବେ । ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ । ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ ।

ସିଂହ:ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ବ୍ୟବସାୟିକ କ୍ଷେତ୍ରରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ।

କନ୍ୟା: ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ । ଶିକ୍ଷା କ୍ଷେତ୍ରରେ ପରିଶ୍ରମ ଫଳରେ ସଫଳ ହେବେ । ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହୋଇ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବା ସହ ଗୃହସ୍ଥ ଜୀବନ ସୁଖମୟ ହେବ ।

ତୁଳା: ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଶରୀର ସୁସ୍ଥ ରହିବ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ମନ ଭଲ ରହିବ ।

ବିଛା: ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇ ଯିବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ ।

ଧନୁ: ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଦୂର ସ୍ଥାନକୁ ଯାତ୍ରା କରିବା ଫଳରେ ଆର୍ଥିକ ଉନ୍ନତି ସହ ନୂତନ ଯୋଜନାରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ଆୟ ବଢିବା ଫଳରେ ଆର୍ଥିକ ସଙ୍କଟ ଦୂରେଇ ଯିବ ।

ମକର: ଆୟ ବୃଦ୍ଧି ହେବା ସହ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ ।

କୁମ୍ଭ: ସନ୍ତାନ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଗୃହବାହନ ପ୍ରାପ୍ତି ହେବ ।

ମୀନ: ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବେ । ପରିବାରର ସାହାଯ୍ୟରେ ବିଶେଷ ଉପକୃତ ହେବେ । ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବା ସହ ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ ।