କିପରି କଟିବ ଆଜି ଆପଣଙ୍କ ଦିନ: ୨୩/୧୧/୨୦୨୧

ମେଷ: ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା, ସମାଧାନ ହୋଇଯିବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ ।

ବୃଷ:ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ନୂଆ ସମ୍ପର୍କରେ ଉନ୍ନତି ହେବା ସହ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ ପାରନ୍ତି ।

ମିଥୁନ:ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବ । ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ ହେବ । ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ । ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ ।

କର୍କଟ:ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ ।

ସିଂହ:କାର୍ଯ୍ୟକ୍ଷେତ୍ରରେ ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ।

କନ୍ୟା:ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ପ୍ରେମପ୍ରସଙ୍ଗକୁ ସାମାଜିକ ମାନ୍ୟତା ମିଳିଯିବ । ପତିପତ୍ନୀଙ୍କ ମଧ୍ୟରେ କଳହ ସମାପ୍ତ ହୋଇ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି ।

ତୁଳା:ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ବନ୍ଧୁଙ୍କ ଠାରୁ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ମିଳିବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେଇ ପାରେ ।

ବିଛା:ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ଲକ୍ଷ ପ୍ରାପ୍ତି ପାଇଁ ପୂର୍ଣ୍ଣ ରୂପରେ ସମର୍ପିତ ରହିବେ । ନିଜର କଷ୍ଟ ଓ ପରିଶ୍ରମର ଫଳ ବା ପୁରସ୍କାର ମିଳିବ । ଦୌଡ-ଧୂପରେ ସୁଖ ଅନୁଭବ କରିବେ । ଭାଇଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ଦେଖା ଦେବ ।

ଧନୁ: ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଶୁଭ ସମାଚାର ପ୍ରାପ୍ତି ହେବ । କୌଣସି ବନ୍ଧୁଙ୍କ ସାହାଯ୍ୟରେ ବିଗିଡିଥିବା କାର୍ଯ୍ୟ ସୁଧାରୀ ପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ହେବ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ ।

ମକର:ସମସ୍ତ ଚିନ୍ତା ଦୂର ହେବା ଫଳରେ ମାନସିକ ଶାନ୍ତି ପାଇବେ । ସାମାନ୍ୟ ପରିଶ୍ରମ କଲେ ଅଧିକ ଧନ ପ୍ରାପ୍ତି ହେବ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି ।

କୁମ୍ଭ:ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ପଡୋଶୀଙ୍କ ସହ ଝଗଡ଼ା ହେଲେ ମଧ୍ୟ ସାମଞ୍ଜସ୍ୟ ଓ ସମନ୍ଵୟ ଦ୍ଵାରା କାମ ହାସଲ କରିପାରିବେ ।

ମୀନ:ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ସନ୍ତାନର କାର୍ଯ୍ୟରେ ଉନ୍ନତି ଖବର ପାଇ ଖୁସି ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।