କିପରି କଟିବ ଆଜି ଆପଣଙ୍କ ଦିନ: ୨୫/୧୧/୨୦୨୧

ମେଷ: ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ଧନ ଲାଭ ହେବାରୁ ମନ ଖୁସି ରହିବ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ପାଇବେ ।

ବୃଷ:ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ବନ୍ଧୁ, ମିତ୍ରଙ୍କର ସାହାଯ୍ୟ ସହଯୋଗ ପାଇ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ ।

ମିଥୁନ:ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ ନିଯୁକ୍ତିରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।

କର୍କଟ:ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ । ମାନସିକ ଚିନ୍ତା ଦୂର ହେବ । ଗୃହରେ ମାଙ୍ଗଳିକ ଓ ଶୁଭକାର୍ଯ୍ୟର ଆୟୋଜନ କରିପାରିବେ ।

ସିଂହ:ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ସହଜ ହେବ । ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ ।

କନ୍ୟା: ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ ।

ତୁଳା: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ରାଜକୀୟ ମାମଲାରେ ସଫଳତା ମିଳିବ । ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ ।

ବିଛା:ସଂଘର୍ଷ ଦ୍ଵାରା ସଫଳତା ମିଳିବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟିଯିବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ ।

ଧନୁ:ସନ୍ତାନଙ୍କ ଚିନ୍ତାରେ ମାନସିକ ଶାନ୍ତି ପାଇବେ । କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ।

ମକର:ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ ।

କୁମ୍ଭ:ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଦିଗ ଭ୍ରଷ୍ଟର ଶିକାର ନ ହେଲେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ ।

ମୀନ:ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ଅତୁଟ ରହିବ । ଭଲ କାମ କରି ସୁଖରେ ଦିନଟି ବିତାଇବେ ।