କିପରି କଟିବ ଆଜି ଆପଣଙ୍କ ଦିନ: ୧୦/୧୨/୨୦୨୧

ମେଷ:ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ । ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ ।

ବୃଷ:ଶତୃବଧା ଦୂରେଇ ଯିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପାରିବାରିକସ୍ତର ହସ ଖୁସିରେ କଟିବ ଓ ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ମାନସିକ ଦୁଶ୍ଚିନ୍ତା ଦୂର ହେବ ।

ମିଥୁନ:ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।

କର୍କଟ:ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ପ୍ରେମୀକ ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ । ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ ।

ସିଂହ:ଦୂରଯାତ୍ରାରେ ପ୍ରିୟଜନଙ୍କସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବ ।

କନ୍ୟା:ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ନୂଆ ଜ୍ଞାନର ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ସୁସମ୍ବାଦ ପ୍ରାପ୍ତି ହେବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ବିଶେଷ ଲାଭ ପାଇବେ ।

ତୁଳା:ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇପାରିବେ ।

ବିଛା:ଶିକ୍ଷାର୍ଥୀମାନେ ଅଧ୍ୟୟନରେ ବାଧା ଉପୁଜୁଥିଲେ ମଧ୍ୟ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ ଓ ପରୀକ୍ଷା, ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ବ୍ୟବସାୟିକ ସଫଳତା ମିଳିବ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ ।

ଧନୁ:ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ରାଜନୀତି କ୍ଷେତ୍ରରେ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ ।

ମକର:ପରିଶ୍ରମ କଲେ ଧନ ପ୍ରାପ୍ତି ହେବ । ଆର୍ଥିକ ସ୍ଥିତିରେ ଉନ୍ନତି ହେବ । ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । କର୍ମନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହୋଇପାରେ । ବାଦବିବାଦ ଓ ମାଲିମକଦ୍ଦମାର ଅବସାନ ହେବ ।

କୁମ୍ଭ:ଶତୃମାନେ ପରାଜିତ ହେବେ ଓ ପରାକ୍ରମ ବଢିବ । ଜୀବନସାଥୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ଦୌଡ-ଧୂପରେ ଶାନ୍ତି ଅନୁଭବ କରିବେ । ଦୂରଯାତ୍ରାର ସୁଯୋଗ ପାଇ ମାନସିକ ଶାନ୍ତି ଅନୁଭବ କରିବେ । ନୂତନ କାମ ଆରମ୍ଭ କରିପାରିବେ । ନିବେଶ ଆଦିରେ ଲାଭ ହେବ ।

ମୀନ:ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ମାଲିମୋକଦ୍ଦମାରେ ବଂଧୁଙ୍କ ସହଯୋଗରେ ବିଜୟ ପ୍ରାପ୍ତ ହେବ । ପଡୋଶୀଙ୍କ ସହ ଝଗଡ଼ା ହେଲେ ମଧ୍ୟ ସାମଞ୍ଜସ୍ୟ ଓ ସମନ୍ଵୟ ଦ୍ଵାରା କାମ ହାସଲ କରିପାରିବେ । ବ୍ୟବସାୟରେ ବନ୍ଧୁମାନେ ବିଶ୍ୱାସ ଘାତକତା କରିପାରନ୍ତି ।