କିପରି କଟିବ ଆଜିର ଦିନ: ୩/୩/୨୦୨୦

ମେଷ: ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ଭୋଗ ବିଳାସକୁ ତୁଚ୍ଛ ମଣି ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ ।

ବୃଷ: କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ । ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଶିକ୍ଷାର୍ଥୀମାନେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।

ମିଥୁନ: ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ବନ୍ଧୁ ମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ ।

କର୍କଟ: ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଧନମାନ ଦିଗରୁ ସୁରକ୍ଷିତ ରହିବେ । ପାରିବାରିକ ଦ୍ଵନ୍ଦର ଅବସାନ ଘଟି ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ ।

ସିଂହ: କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ରାଜନୀତି କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ ।

କନ୍ୟା: ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ବାଣିଜ୍ୟ ବ୍ୟାପାର ମାମଲାରେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ ।

ତୁଳା: ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ରାଜନୀତିରେ ସଫଳତା ମିଳିବ ।

ବିଛା: ବ୍ୟବସାୟ କ୍ଷେତ୍ରରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । କର୍ମ କ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ।

ଧନୁ:ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବା ଫଳରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ପୁରାତନ ରୋଗରୁ ଉପଶମ ପାଇ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ ।

ମକର: ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବା ସହ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ ।

କୁମ୍ଭ: କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ବ୍ୟବସାୟରେ କଠିନ ପରିଶ୍ରମ କରି ଆଶା ମୁତାବକ ଫଳ ପାଇବାର ରାସ୍ତା ପରିଷ୍କାର ହୋଇ ଯିବ ।

ମୀନ: କର୍ମକ୍ଷେତ୍ରରେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ସହ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ ।