କିପରି କଟିବ ଆଜି ଆପଣଙ୍କ ଦିନ: ୧୪/୧/୨୦୨୨

ମେଷ: ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଗୃହପୋକରଣ କ୍ରୟ କରି ପାରନ୍ତି ।

ବୃଷ:ବିଭାଗୀୟ ପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ । ରାଜନୀତି କ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ପାଇବେ ।

ମିଥୁନ:ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ ।

କର୍କଟ:ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ ।

ସିଂହ:ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ । ଧନ ପାଇବାର ରାସ୍ତା ଖୋଲିଯିବ ।

କନ୍ୟା:କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ ।

ତୁଳା:ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଜୟଯୁକ୍ତ ହେବେ ।

ବିଛା:ମିତ୍ରଙ୍କ ଦ୍ଵାରା ସହାୟତା ପାଇ ରାଜନୀତିରେ ଉନ୍ନତି ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପାରିବାରିକ ସ୍ଥିତି ସୁଧିରି ଯାଇ ସୁଖ ସମୃଦ୍ଧି ବୃଦ୍ଧିହେବ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

ଧନୁ:ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଭ୍ରାତୃ ବିବାଦ ଦୂର ହେବ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ ।

ମକର:ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ଓ ସାମାଜିକ ପ୍ରତିଷ୍ଠା ବଢ଼ିବ ।

କୁମ୍ଭ:ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ ।

ମୀନ:ସାମାଜିକ ପତିଆରା ଅମଳିନ ରହିବ । ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଜୟଯୁକ୍ତ ହେବେ । ବିଦ୍ୟାର୍ଥିଙ୍କର ଉନ୍ନତି ହେବ ।