କିପରି କଟିବ ଆଜି ଆପଣଙ୍କ ଦିନ: ୧୬/୧/୨୦୨୨

ମେଷ:ସାମାଜିକ ପ୍ରତିଷ୍ଠା. ମାନସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ହସ ଖୁସିରେ ସମୟ ବିତିବ ।

ବୃଷ:ବ୍ୟବସାୟୀ ମାନଙ୍କର ଆଶାତୀତ ଲାଭମିଳିବା ସହ ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତଶୁଭ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ ।

ମିଥୁନ:ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇ ପାରେ । ବନ୍ଧୁ, ମିତ୍ର ସହଯୋଗୀ ଓ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ ଓ ଆୟ ଉପାର୍ଜନ ବୃଦ୍ଧି ହେବ । ଧର୍ମକାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ ।

କର୍କଟ: ପରିବାରରେ ମାନ ମନାନ୍ତର ଦୂର ହେବ । ରାଜନୀତି କ୍ଷେତ୍ରରେ ନୂତନ ଲୋକଙ୍କ ସହ ବନ୍ଧୁତ୍ୱ ସ୍ଥାପନ ହେବ । ଛାତ୍ରଛାତ୍ରୀ ମାନେ ସାକ୍ଷାତକାର ପାଇଁ ଦୂରଯାତ୍ରା କରି ପାରନ୍ତି । ଗୃହ ସମସ୍ୟାରେ ଧନ୍ଦି ହୋଇଯିବେ । ନିଜ ଲୋକମାନେ ହିଁ କାମରେ ଆସିବେ ।

ସିଂହ:ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । କର୍ତ୍ତବ୍ୟନିଷ୍ଠା ପରାୟଣ ହେବେ । ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନ ପ୍ରିୟ ହେବେ ।

କନ୍ୟା:ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ରାଜନୀତିରେ ସଫଳତା ମିଳିବ ଓ ଉଚ୍ଚଆଶା ସଫଳ ହେବ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେବେ ।

ତୁଳା:କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସମ୍ବନ୍ଧ ସ୍ଥିରହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ଅଶାନ୍ତିର ଝଡ ଶାନ୍ତ ହେବ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ।

ବିଛା:ପ୍ରତ୍ୟେକ କ୍ଷେତ୍ରରେ ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ ।

ଧନୁ:ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ନୂତନ ବ୍ୟବସାୟ ଆରମ୍ଭ, ଯାନ, ବାହନ, ଜାଗା, ଜମି କ୍ରୟ କରିବା ପାଇଁ ଯୋଗା ଯୋଗ କରିବେ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ଶତୃମାନେ ଦୂରେଇ ଯିବେ ଓ ସ୍ୱାସ୍ଥ୍ୟ ଭଲ ରହିବ ।

ମକର:ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ରାଜନୈତିକ କ୍ଷେତ୍ରରେ ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ । କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ ।

କୁମ୍ଭ:ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରାଜନୀତି ମାମଲାରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ସଫଳତା ମିଳିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ ।

ମୀନ:କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ । ପରିବାରରେ ଆଦର୍ଶବାଦୀର ମାନ୍ୟତା ପାଇ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ ।