କିପରି କଟିବ ଆଜି ଆପଣଙ୍କ ଦିନ: ୧୭/୧/୨୦୨୨

ମେଷ: ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

ବୃଷ:ସାମାଜିକ ସ୍ତରରେ ପ୍ରଶଂସିତ ହେବା ସହ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ସମସ୍ତ ପ୍ରକାର ବ୍ୟବସାୟରେ ଭଲ ଲାଭ ପାଇବେ । ପରିବାରରେ ସମ୍ପତ୍ତିବିବାଦ, ଛୋଟଛୋଟ କଥାକୁନେଇ ଥିବା ସମସ୍ୟାମାନ ସମାଧାନ କରିପାରିବେ । ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ ।

ମିଥୁନ:ସରକାରୀ କ୍ଷେତ୍ରରେ ଉଚ୍ଚପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ । ରାଜନୈତିକ କ୍ଷେତ୍ରରେ ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ ।

କର୍କଟ:ପାରିବାରିକ ଅଶାନ୍ତି ଦୂରେଇ ଯିବ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହୋଇ ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ ।

ସିଂହ:ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ମହତ୍ ଉଦ୍ଦେଶ୍ୟ ନେଇ ଉଚ୍ଚ ଆକାଂକ୍ଷାରେ ବିଦେଶଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ ।

କନ୍ୟା:ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଉଚ୍ଚଆଶା ସଫଳ ହେବ । ବ୍ୟବସାୟରେ ଉନ୍ନତି ହେବା ସହ ଋଣଭାର କମିଯିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

ତୁଳା:ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଶାରୀରିକ କଷ୍ଟ ଦୂର ହେବ । ଯଶ ପ୍ରତିଷ୍ଠା ମିଳିବ । ଅଟକି ଥିବା କାର୍ଯ୍ୟ ପୂରଣ ହେବ । ଖେଳରେ ଉନ୍ନତି ହେବ । ଚାକିରୀରେ ପଦୋନ୍ନତି ହେବାର ସୂଚନା ପାଇବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ ।

ବିଛା:ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ଉଚ୍ଚଅଧିକାରୀଙ୍କଠାରୁ ସହଯୋଗ ମିଳିବ ଓ କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମନେଇ ଆର୍ଥିକ ଅନାଟନ ଦେଖାଦେବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ ।

ଧନୁ:ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ । ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ ।

ମକର:ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଆଶାତୀତ ଲାଭବାନ ହେବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରି ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ମାଲିମୋକଦ୍ଦମାରେ ପୂର୍ଣ୍ଣ ସଫଳତା ପ୍ରାପ୍ତିହେବ ।

କୁମ୍ଭ:ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ ।

ମୀନ:ସନ୍ତାନ ମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ । ପରିବାରରେ, ପଡୋଶୀ କିମ୍ବା କୁଟୁମ୍ବରେ କଳିତକରାଳ ଥିଲେ ମେଣ୍ଟିଯିବ । ସତର୍କତା ଅବଲମ୍ବନ ନକଲେ ରୋଗ, ଶୋକ ଓ ଧନର ଦୂରୁପୋଯୋଗ, କ୍ଷୟକ୍ଷତିର କାରଣ ହେବ ।