କିପରି କଟିବ ଆଜି ଆପଣଙ୍କ ଦିନ: ୨୨/୧/୨୦୨୨

ମେଷ: ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ବିଦ୍ୟାରେ ଉନ୍ନତି ହେବ । ସ୍ୱାସ୍ଥ୍ୟ ଦୃଷ୍ଟିକୋଣରେ ସୁଧାର ଆସିବ ।

ବୃଷ:ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ । ତୀର୍ଥ ଯାତ୍ରା କରି ଦେବ ଦର୍ଶନ କରିବା ପାଇଁ ମନ ବଳେଇ ପାରନ୍ତି । ଷ୍ଟେସନାରୀ, ଔଷଧ ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ ।

ମିଥୁନ:ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । କର୍ମରେ ଉନ୍ନତି ସହିତ ବ୍ୟବସାୟ, ରାଜନୀତି, ଖେଳ ପାଇଁ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ବିଦ୍ୟୁତ୍ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନଙ୍କର କର୍ମକ୍ଷେତ୍ରରେ ପ୍ରଶଂସା ମିଳିବ ।

କର୍କଟ:ବ୍ୟବସାୟ କ୍ଷେତ୍ରରୁ ସାମାନ୍ୟ ଲାଭ ମିଳିବ । ପରିବାରର ସମସ୍ତ ଆଶାପୂରଣ କରିବାକୁ ସାମର୍ଥ୍ୟ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ରାଜନୈତିକ କ୍ଷେତ୍ରରେ ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ ।

ସିଂହ:ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ନିଜରପଦ ଗରିମା ବଜାୟ ରହିବ । ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ ।

କନ୍ୟା:ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ଯୋଗେ ସାମାନ୍ୟ ଲାଭ ପାଇବେ । ପରିବାରର ସାହାଯ୍ୟରେ ଉପକୃତ ହେବେ ।

ତୁଳା:ଶୁଭ ସନ୍ଦେଶ ପାଇ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ । ନୂତନ ଗୃହସୁଖ ମିଳିବ । ବ୍ୟବସାୟୀ ମାନେ ବହୁତ ଲାଭ ଉଠାଇ ପାରିବେ । କର୍ମ କ୍ଷେତ୍ରରେ ପରିବର୍ତ୍ତନ ହେବ ।

ବିଛା:ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ସ୍ୱାସ୍ଥ୍ୟ ଭଲ ରହିବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ନୂତନ ବସ୍ତୁ କ୍ରୟ କରିପାରିବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ ।

ଧନୁ:ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡିଲେ ମଧ୍ୟ ଭଲ ଲାଭ ହେବ । ପରିବାରରେ ସୁଖଶାନ୍ତି ଫେରି ଆସିବ ଓ ଶୁଭଫଳ ପ୍ରାପ୍ତି ହେବ । ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ ।

ମକର:ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । କର୍ମ ସ୍ଥଳରେ ନିଜେ କଠିନ ପରିଶ୍ରମକରି ପତିଆରା ରକ୍ଷା କରିବେ । ଚାଷି ଓ ଚାଷଦ୍ରବ୍ୟ ବ୍ୟବସାୟୀମାନେ ଆଶାତୀତ ଲାଭ ପାଇବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ ।

କୁମ୍ଭ:ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ କିମ୍ବା ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବ୍ୟବସାୟରେ ନିଜରପଦ ଗରିମା ବଜାୟ ରହିବ । ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ ।

ମୀନ:କର୍ମରେ ଉନ୍ନତି, ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ଦୀର୍ଘଦିନର ଯୋଜନାକୁ କାର୍ଯ୍ୟକାରୀ କରିବେ ।