କିପରି କଟିବ ଆଜି ଆପଣଙ୍କ ଦିନ: ୪/୨/୨୦୨୨

ମେଷ:ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବିଦେଶ ଯାତ୍ରାରେ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା, ଖେଳ, କୁଦ ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ ।

ବୃଷ:ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୃତ୍ତିଗତ ଦୃଷ୍ଟିରୁ ଆୟରସ୍ରୋତ ବୃଦ୍ଧିହେବ ଓ ଆର୍ଥିକ ଦିଗରୁ ସୁରକ୍ଷିତ ରହିବେ । ଶର୍ଦ୍ଦି ଓ ପିତ୍ତ ଦୋଷ ରୋଗରୁ ମୁକ୍ତି ମିଳିବ । ପାରିବାରିକ ସ୍ତରରେ ସ୍ୱାର୍ଥ ପ୍ରବୃତ୍ତିର ଅଧିନ ହୋଇ ସମ୍ପର୍କର ମଧୁର ସ୍ଵାଦପାଇ ସନ୍ତୋଷ ଦେଖାଦେବ ।

ମିଥୁନ:ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚିନ୍ତି କରିଲେ ଭଲ ହେବ ନିଜର ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ । ଚାକିରୀରେ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ । ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।

କର୍କଟ:ସତ୍‌ କାର୍ଯ୍ୟରେ ଲିପ୍ତ ହୋଇ ଅଧିକ ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖ-ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

ସିଂହ:ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ମାନସିକ ଅସ୍ଥିରତା ଦୂର ହେବ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ ।

କନ୍ୟା:ଆର୍ଥିକ ଦିଗରୁ ସୁବିଧା ସହଯୋଗ ମିଳିବ । ପୈତୃକ ସମ୍ପତ୍ତି ପ୍ରାପ୍ତି ହେବ । ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କୃଷିଜୀବିମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ।

ତୁଳା:ସନ୍ତାନ-ସନ୍ତତିଙ୍କ ଦିଗରୁ ସୁସମ୍ବାଦ ପାଇ ଆନନ୍ଦିତ ହେବେ । ଦାମ୍ପତ୍ୟ ଜୀବନରେ ଅଶାନ୍ତିର ଝଡ଼ ଦୂର ହୋଇଯିବ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ । ବିଦ୍ୟାର୍ଥୀମାନେ ପରିଶ୍ରମ କରି ପରିଶ୍ରମର ମୂଲ୍ୟ ପାଇବେ ।

ବିଛା:ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚଳିବେ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ । ବ୍ୟବସାୟରେ ନିଜସ୍ଵାର୍ଥ ପାଇଁ ଠିକିଲେ ଶିଖିବା ସ୍ଵଭାବ ପ୍ରକାଶ ପାଇବ । ଘରଠୁ କର୍ମକ୍ଷେତ୍ରକୁ ପ୍ରମୁଖତା ଦେଇ ସେଥିପାଇଁ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ ।

ଧନୁ:ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ କୌଣସି ପ୍ରକାର ଅସୁବିଧା ନହୋଇ କାମ ହୋଇଯିବ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

ମକର:ଶୁଭକାର୍ଯ୍ୟ ସମ୍ପାଦନ କରିବେ । ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପ୍ରେମିକ ପ୍ରେମିକା ମାନଙ୍କର ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ ।

କୁମ୍ଭ:ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ସ୍ୱର୍ଣ୍ଣାଦି ଧାତୁ ଦ୍ରବ୍ୟ ବ୍ୟବସାୟରେ ମାଲିକମାନଙ୍କର ମନତୃପ୍ତ କରାଇବେ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ ।

ମୀନ:ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ପ୍ରେମିକ ପ୍ରେମିକା ମାନଙ୍କର ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ ।