କିପରି କଟିବ ଆଜି ଆପଣଙ୍କ ଦିନ: ୨୦/୨/୨୦୨୨

ମେଷ:ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ । ଆୟର ସ୍ରୋତ ବୃଦ୍ଧି ହେବ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ ।

ବୃଷ:ସାମାଜିକ ପତିଆରା ଅମଳିନ ରହିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ସନ୍ତାନ-ସନ୍ତତିଙ୍କ ମର୍ଜି ରକ୍ଷା କରି ଶାନ୍ତି ଶୃଙ୍ଖଳା ରକ୍ଷା କରି ପାରିବେ । ଧର୍ମାନୁ ଷ୍ଠାନ ଦିଗରୁ ପ୍ରେରଣା ମିଳି ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ ।

ମିଥୁନ:ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ । ଶିକ୍ଷାକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ ।

କର୍କଟ:ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ । ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ । ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ । ଦୂରଯାତ୍ରାର ସୁଯୋଗ ପାଇବେ । ଗୃହବାହନ ପ୍ରାପ୍ତି ହେବ ।

ସିଂହ:ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ପରିଶ୍ରମର ସୁଫଳ ଭୋଗ କରିବେ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ ।

କନ୍ୟା:କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ । ଆମୋଦ ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ରାଜନୀତି କ୍ଷେତ୍ରରେ ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।

ତୁଳା:ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସମସ୍ୟାର ସମାଧାନ ହୋଇ ସୁଖଶାନ୍ତି ମିଳିବ । ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପନେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ । ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ । ଧାର୍ମିକ କାର୍ଯ୍ୟରେ ଦୂର ସ୍ଥାନକୁ ଯାତ୍ରା କରିବେ ।

ବିଛା:ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । ରାଜନୀତି କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ ।

ଧନୁ:ଶିକ୍ଷା କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହୋଇ ସଫଳତା ଲାଭ କରିବେ । ବ୍ୟୟ ହ୍ରାସ ପାଇବା ସହ ପ୍ରଚୁର ଅର୍ଥଲାଭ ଯୋଗ ରହିଛି । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ ।

ମକର:ବ୍ୟବସାୟରେ ଲାଭ-କ୍ଷତି ପ୍ରତି ଭ୍ରୂକ୍ଷେପ କରିବେ ନାହିଁ ଯାହା ଫଳରେ ମନଅଧିକ ପ୍ରଭାବିତ ହେବ । ଆରାମରେ ଆସକ୍ତ ହେବା ଯୋଗେ ଆର୍ଥିକଦିଗ ଦୁର୍ବଳ ରହିପାରେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଦୂର ଯାତ୍ରାରେ ଅତ୍ୟଧିକ ଅର୍ଥ ବ୍ୟୟ କରିବେ ।

କୁମ୍ଭ:ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ । ଭାଇ ବନ୍ଧୁମାନଙ୍କ ଠାରୁ ଲାଭ ମିଳିବ । ସାମ୍ବାଦିକ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ ।

ମୀନ:ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ ।