କିପରି କଟିବ ଆଜି ଆପଣଙ୍କ ଦିନ: ୭/୩/୨୦୨୨

ମେଷ:ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । କୌଣସିକାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ ।

ବୃଷ:-କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । କୌଣସି ଧାର୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇବେ ।

ମିଥୁନ:ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇ ଯିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ ।

କର୍କଟ:ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ବାସସ୍ଥାନ ବା ଯାନବାହନର ନବୀକରଣ କରି ପାରନ୍ତି । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ପ୍ରାପ୍ତି ହେବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ।

ସିଂହ:ଶୁଭ ସମାଚାର ମିଳିପାରେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଅଧୁରା କାର୍ଯ୍ୟ ପୂରଣ ହେବ । ନୂଆ ଜ୍ଞାନର ବୃଦ୍ଧି ହେବ । ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ । ଆର୍ଥିକ ସ୍ଥିତି ସୁଧୁରି ଯିବ, ଯଶ ପ୍ରତିଷ୍ଠା ମିଳିବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ ।

କନ୍ୟା:ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ । ପରିବାରରେ ସୁଖଶାନ୍ତି ଫେରି ଆସି ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବେ ।

ତୁଳା:ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ।

ବିଛା:ଶତୃମାନେ ପରାଜିତ ହେବା ସହ ଆର୍ଥିକଉନ୍ନତି ହୋଇ ଋଣଭାର କମିଯିବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନର ଉନ୍ନତି ହେବ ।

ଧନୁ:ସରକାରୀ କ୍ଷେତ୍ରରେ ଯଶ, ମାନ ସମ୍ମାନ ପ୍ରତିଷ୍ଠା ମିଳିବ । ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ଚିତ୍ତ ପ୍ରସନ୍ନ ରହିବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗ ଦେବେ ।

ମକର:ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇ ବାର ଯୋଗ ଅଛି । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

କୁମ୍ଭ:ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରି ପାରିବେ । ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବା ସହ ବୁଦ୍ଧିମତା କାରଣରୁ କିଛି ଅର୍ଥ ଲାଭହେବ ।

ମୀନ:ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ସବୁଥିରେ ସଫଳତା ମିଳିବା ଫଳରେ ସମୟ ହସ ଖୁସିରେ ବିତିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।