କିପରି କଟିବ ଆଜି ଆପଣଙ୍କ ଦିନ: ୨୫/୦୫/୨୦୨୨

ମେଷ: ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି ପ୍ରତିଦ୍ୱନ୍ଦିତାରେ ସଫଳ ହେବେ ଓ ଆଶା କରୁଥିବା ଫଳ ପାଇ ପାରିବେ । ପ୍ରତି ଯୋଗୀତା ପରୀକ୍ଷା, ସାକ୍ଷାତକାରରେ ବିଜୟୀ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।

ବୃଷ:କର୍ମକ୍ଷେତ୍ରରେ କୌଣସି ବାଧା ବନ୍ଧନ ନମାନି କାର୍ଯ୍ୟରେ ଆଗେଇ ଯିବାର ସୁଯୋଗ ପାଇବେ । ବିଦେଶୀ ବା ଦୂର ବନ୍ଧୁ ଖୁବ୍ ସାହାଯ୍ୟ କରିବେ । ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ମଧ୍ୟ ଚାଲୁରଖିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

ମିଥୁନ:ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ଆକସ୍ମିକ ଭାବରେ କୌଣସି ସୂତ୍ରରୁ ମୋଟା ଅର୍ଥ ମିଳିଯିବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ।

କର୍କଟ:ସମସ୍ୟାଗୁଡ଼ିକ ଆପଣାଛାଏ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ବ୍ୟବସାୟ କ୍ଷେତ୍ରରେ ମାନସିକ ଅସାନ୍ତି ଦୂର ହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ।

ସିଂହ:ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । କର୍ମକ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ ।

କନ୍ୟା:ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଭାତୃ ବିବାଦ, ଜମିବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ମନପସନ୍ଦ ଜିନିଷପାଇ ଖୁସି ହେବେ ଓ ମାନସିକ ସ୍ଥିତି ଭଲ ରହିବ ।

ତୁଳା:ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ । ଆର୍ଥିକ ସ୍ଥିତିରେ ସୁଧାର ଆସିବା ଫଳରେ ନୂତନ ଉଦ୍ୟୋଗରେ ପଇସା ଖଟେଇବା ପାଇଁ ଚିନ୍ତା କରିବେ । କୌଣସି ଦରକାରୀ ମୂଲ୍ୟବାନ ଜିନିଷ ଖରିଦ କରିବାକୁ ମନ ବଳାଇବେ ।

ବିଛା:ବ୍ୟବସାୟରେ ଅତ୍ୟଧିକ ଲାଭ ପାଇବେ । ନୂତନ ବିନ୍ଧୁମିଳନ ହେତୁ ନୂଆ ଉତ୍ସାହନେଇ କାମ କରି ଚାଲିବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ପ୍ରତ୍ୟେକକ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ ।

ଧନୁ:ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ । ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ । ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ । ବ୍ୟବସାୟିକ ଗତିବିଧି ଠିକ୍ ରହିଲେ ମଧ୍ୟ ଅନାବଶ୍ୟକ ଧାଁଦୌଡ଼ କରି ପାରନ୍ତି ।

ମକର:କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ପନିପରିବା ଆଦି ବ୍ୟବସାୟରୁ ବେଶ୍ ଲାଭବାନ ହୋଇ ପାରିବେ ।

କୁମ୍ଭ:ସଭାସମିତି ଓ ସମାଜିକ କାର୍ଯ୍ୟଯୋଗେ ଆତ୍ମୀୟମାନଙ୍କ ସାହାଯ୍ୟ ନେବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ । ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରିବେ । ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ ।

ମୀନ:ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡି ଯାଉଥିବା ଟଙ୍କା ମିଳି ପାରିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଶତୃମାନେ ଯେତେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ । ଆନୁଷ୍ଠାନିକ କାମରେ ଖଟଣି ବଢ଼ିଯିବ କିନ୍ତୁ ପ୍ରଶଂସା ପାଇବେ ।