କିପରି କଟିବ ଆଜି ଆପଣଙ୍କ ଦିନ : ୦୨/୦୭/୨୦୨୨

ମେଷ:ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପରିବହନ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ ।

ବୃଷ:ସାମାଜିକ ପତିଆରା ଅମଳିନ ରହିବ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ ।

ମିଥୁନ:ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ । ଶୁଭକାର୍ଯ୍ୟର ଆୟୋଜନ କରିପାରିବେ । ଉଚ୍ଚଅଧିକାରୀଙ୍କଠାରୁ ସହଯୋଗ ମିଳିବ ଓ କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଅନେକ ସମସ୍ୟା ସମାଧାନ ହୋଇ ଉଚ୍ଚ ଆଶାରେ ଆଗେଇବେ ।

କର୍କଟ:ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଲାଭବାନ ହେବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ରାଜନୀତି କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ ।

ସିଂହ:ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ଗୁରୁ ଗୁରୁଜନଙ୍କ ସାହାଯ୍ୟ ସହଯୋଗ ପାଇବେ । ଘରୋଇ କର୍ମଚାରୀମାନଙ୍କର ଉନ୍ନତିହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ ।

କନ୍ୟା:ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ ।

ତୁଳା:ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ ।

ବିଛା:ଶୁଭ ସମାଚାର ପାଇ ଖୁସି ହେବେ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ ।

ଧନୁ:କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ।

ମକର:ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ ।

କୁମ୍ଭ:ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ଛାତ୍ରଛାତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ ।

ମୀନ:ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ । ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ ।