କିପରି କଟିବ ଆଜି ଆପଣଙ୍କ ଦିନ: ୭/୦୭/୨୦୨୨

ମେଷ:ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ଶତୃମାନେ ଦୂରେଇଯିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅଧିକ ଲାଭ ମିଳିପାରେ । ପ୍ରେମିକ ପ୍ରେମିକାମାନେ ପରିଜନ ଓ ସାଧୁଜନପ୍ରିୟ ହେବେ ।

ବୃଷ:ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ରାଜନୀତିରେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ ।

ମିଥୁନ:ବିଦ୍ୟାକ୍ଷେତ୍ରରେ ବିଜୟ ପ୍ରାପ୍ତ ହୋଇ ପ୍ରଶଂସା ପାଇବା ସହ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ରାଜନୀତିରେ ଉପରିସ୍ଥ କର୍ମୀଙ୍କ ଶ୍ରଦ୍ଧା ବା ପ୍ରିୟଭାଜନ ହେବେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରିପାରିବେ ।

କର୍କଟ:ଶୁଭକାର୍ଯ୍ୟର ଆୟୋଜନ କରିପାରିବେ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ । ଆୟର ସ୍ରୋତ ବୃଦ୍ଧି ହେବ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ବ୍ୟବସାୟରେ ଉନ୍ନତି କରିବେ । ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ ।

ସିଂହ:ବନ୍ଧୁଙ୍କ ଆଗମନ ହେବ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ ।

କନ୍ୟା:ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ଜମି ଜମା ସଙ୍କ୍ରାନ୍ତିୟ ସମସ୍ତ ଜରୁରୀ କାର୍ଯ୍ୟ ସୁଚାରୁରୂପେ ହୋଇ ପାରିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ ।

ତୁଳା:ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ରାଜନୀତିରେ ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ ।

ବିଛା:ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ । କର୍ମକ୍ଷେତ୍ରଟି ସୁଦୃଢ ହେବା ଫଳରେ ମନ ଖୁସି ରହିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ ।

ଧନୁ:ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ପରିବାରରେ ମାନ ମନାନ୍ତର ଦୂର ହୋଇ ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ ।

ମକର:ନିଜର ଯୋଗ୍ୟତା ଓ ଦକ୍ଷତାର ଉପଯୋଗ କରିବାରେ ସକ୍ଷମ ହେବ । ଲେଖା ଏବଂ ଗଣମାଧ୍ୟମ ସମ୍ବନ୍ଧୀୟ କାର୍ଯ୍ୟଗୁଡ଼ିକ ଲାଭଦାୟକ ହେବ । ଅସମାପ୍ତ କାର୍ଯ୍ୟଗୁଡ଼ିକୁ ସଂପୂର୍ଣ୍ଣ କରିବାକୁ ଆଗ୍ରହୀ ହେବେ । ଯଥାକ୍ଷେତ୍ରରେ ଟଙ୍କା ବିନିଯୋଗ ପାଇଁ ନିଷ୍ପତ୍ତି କଲେ ସମୟ ବହୁତ ଭଲ ରହିବ ।

କୁମ୍ଭ:ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ସମସ୍ତ ବାଧାକୁ ଭ୍ରୂକ୍ଷେପ ନକରି ସଂଘର୍ଷ କରି ଆଗକୁ ବଢି ପାରିବେ । ସନ୍ତାନ ଯୋଗେ ଆନନ୍ଦିତ ହେବେ ।

ମୀନ:ଯାତ୍ରା ଫଳରେ ଉତ୍ସାହିତ ହେବେ ଓ ମାନସିକ ଶାନ୍ତି ମିଳିବ । ସାଙ୍ଗସାଥି ମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । ଭବିଷ୍ୟତ ପାଇଁ ଯୋଜନା କରି କେତେକ କ୍ଷେତ୍ରରେ ଅର୍ଥ ବିନିଯୋଗ କରି ପାରନ୍ତି । ବ୍ୟବସାୟରେ ଆଶା କରାଯାଉଥିବା ଲାଭ ପାଇ ମନ ଆନନ୍ଦ ହେବ ।