କିପରି କଟିବ ଆଜି ଆପଣଙ୍କ ଦିନ: ୮/୦୭/୨୦୨୨

ମେଷ:ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । ପୁରାତନ ରୋଗର ଉପସମ ହେବା ସହ ବନ୍ଧୁ ସମାଗମ ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ବୃଷ:ସାମାଜିକ କାର୍ଯ୍ୟରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ମନ ଓ ଶରୀର ଭଲ ରହିବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ଛାତ୍ରଛାତ୍ରୀମାନଙ୍କର ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ ।

ମିଥୁନ:ଶିକ୍ଷକ, ପ୍ରଶିକ୍ଷକ, ନେତା, ରସାୟନଜ୍ଞ ଓ ଡାକ୍ତର ମାନେ ବିଶେଷ ଲାଭବାନ୍ ହେବେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ ।

କର୍କଟ:ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ବନ୍ଧୁଙ୍କ ଶୁଭକର୍ମରେ ଯୋଗ ଦେବାକୁ ବାଧ୍ୟ ହେବେ ।

ସିଂହ:କର୍ମ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ ।

କନ୍ୟା:ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଛାତ୍ରଛାତ୍ରୀ ମାନଙ୍କର ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧିହେବ । ପ୍ରେମିକ ପ୍ରେମିକା ମାନଙ୍କର ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ ।

ତୁଳା:ବ୍ୟବସାୟରେ ସଫଳତା ଅର୍ଜନ କରିବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ଦୂର ବା ନିକଟକୁ ଯାତ୍ରାକରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ । ଧୈର୍ଯ୍ୟ ସହନ ଶୀଳତା ଯୋଗେ ଯଶ ମିଳିବ ।

ବିଛା:ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସରକାରୀ କାମରେ ସଫଳତା ପାଇବେ ।

ଧନୁ:ବ୍ୟାପାର ଓ କାରବାରରେ ସୁଧାର ଆସିବ । ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଯୋଗେ ପ୍ରଶଂସା ପାଇବେ ।

ମକର:ସରକାରୀ ସାହାଯ୍ୟ ମିଳିପାରେ । ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ ଓ ସ୍ଥାନାନ୍ତର ପାଇଁ ଚେଷ୍ଟାକଲେ ସଫଳ ହୋଇ ପାରନ୍ତି । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ ।

କୁମ୍ଭ:ସହକର୍ମୀମାନେ ଓ ଉଚ୍ଚାଧିକାରି କର୍ମକ୍ଷେତ୍ରରେ ସହଯୋଗ କରିବା ଫଳରେ ବିପଦ ସଙ୍କୁଳ ଟଳିଯିବ । ପାରିବାରିକ କ୍ଷେତ୍ରରେ ଶୁଭକର୍ମ ସମ୍ପାଦନ କରିବା ଦ୍ଵାରା ସନ୍ତୋଷ ଦେଖାଦେବ । ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ ।

ମୀନ:ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ସନ୍ତୋଷ ଦେଖାଦେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ ।